କେନ୍ଦ୍ର-ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତିର ପ୍ରତିବାଦ: ଗଞ୍ଜାମ ଜିଲା କଂଗ୍ରେସର ବିକ୍ଷୋଭ, ଗଣଧାରଣା

ବ୍ରହ୍ମପୁର ଅଫିସ,୨୩ା୧୧-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନ ବିରୋଧୀ ନୀତି ଏବଂ ବହୁମୁଖୀ ଦୁର୍ନୀତି ପ୍ରତିବାଦରେ ଗଞ୍ଜାମ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରରେ ଶୋଭାଯାତ୍ରା ସହ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଦ୍ୱିତୀୟ ପାଳି କ୍ଷମତାସୀନ ହେବା ପରେ ଦେଶ ଅର୍ଥନୀତିକୁ ଧ୍ୱଂସ କରି ଦେଇଥିବାରୁ ମାନ୍ଦାବସ୍ଥା ଯୋଗୁ ସବୁ କ୍ଷେତ୍ରରେ ଓ ବିଶେଷକରି ଶିଳ୍ପାନୁଷ୍ଠାନରେ ଉତ୍ପାଦନ ହ୍ରାସ ପାଇଥିବା ସଙ୍ଗିନ ଅଭିଯୋଗ କରାଯାଇଥିଲା। ଫଳରେ ଦେଶରେ ବେକାରି ଦ୍ରୁତଗତିରେ ବଢ଼ି ଚାଲିଛି ଏବଂ ଲାଭଜନକ ସଂସ୍ଥା ଇଣ୍ଡିଆନ ଏୟାର ଲାୟନ୍ସ, ଭାରତ ପେଟ୍ରୋଲିୟମ ଆଦିର ଅଂଶଧନ ବିକ୍ରି କରାଯିବା ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ରର ମୋଦି ଏବଂ ରାଜ୍ୟ ନବୀନ ସରକାର ଦୁର୍ନୀତିକୁ ନୀତି ଭାବେ ଗ୍ରହଣ କରୁଥିବା ସମାଲୋଚନା କରାଯାଇଥିଲା ।
ଜିଲା କଂଗ୍ରେସ କାର୍ଯ୍ୟାଳୟ ବାପୁଜୀ ଆଶ୍ରମ ପାଖରୁ ଶୋଭାଯାତ୍ରା ବାହାରିଥିଲା। ରାସ୍ତା ପରିକ୍ରମା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ବିରୋଧରେ ସ୍ଲୋଗାନ ଦିଆଯାଇଥିଲା। ଗତ ସାଧାରଣ ନିର୍ବାଚନରେ ବ୍ରହ୍ମପୁର ଲୋକ ସଭା ଆସନର କଂଗ୍ରେସ ପ୍ରାର୍ଥୀ ଭି. ଚନ୍ଦ୍ରଶେଖର ନାଇଡ଼ୁ, ଜିଲା ସଂଗଠନର କାର୍ଯ୍ୟକାରୀ ସଭାପତି ପୀତବାସ ପଣ୍ଡା, ନଗର କଂଗ୍ରେସ ସଭାପତି ପ୍ରମୋଦ କୁମାର ଜେନା, ଆଇନ ସେଲ ମୁଖ୍ୟ ଶିବରାମ ପାତ୍ର ଆନ୍ଦୋଳନର ନେତୃତ୍ୱ ନେଇଥିଲେ । ଭୋକାଲୀ ସେଠୀ, ପ୍ରଫୁଲ୍ଲ ପଣ୍ଡା, ଧର୍ମାରାଜୁ ରେଡ୍ଡୀ ଓ ସୁବାସ ରାଉତ ପ୍ରମୁଖ ବିଧାୟକ ପ୍ରାର୍ଥୀମାନେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସାଇ ପ୍ରସାଦ ପାତ୍ର, ବୃନ୍ଦାବନ ଖଟେଇ, ରବି ଅଧିକାରୀ, ବିଜୟରାଜ ପାଣିଗ୍ରାହୀ ଓ ଅନେକ ଯୁବ, ଛାତ୍ର, ମହିଳା କଂଗ୍ରେସ କର୍ମୀମାନେ ସାମିଲ ହୋଇଥିଲେ ।
ଶୋଭାଯାତ୍ରା ପହଞ୍ଚତ୍ବା ପରେ ଆରଡିସି ଅଫିସ ଆଗରେ ବିକ୍ଷୋଭ ସହ ଗଣଧାରଣା ଦିଆଯାଇଥିଲା। ଆନ୍ଦୋଳନ ସ୍ଥଳରେ ହୋଇଥିବା ପ୍ରତିବାଦ ସଭାରେ କାର୍ଯ୍ୟକାରୀ ସଭାପତି ପଣ୍ଡା ଅଧ୍ୟକ୍ଷତା କରିଥିଲେ। ପ୍ରମୋଦ, ଶିବ ଓ ଅନ୍ୟମାନେ ଭାଷଣ ପ୍ରସଙ୍ଗରେ ରାଜ୍ୟ ବିଜେଡି ଶାସନରେ ଆଇନ ଶାସନ ଲୋପ ପାଇଥିବା ଏବଂ ନାରୀ ନିର୍ଯାତନା ସାଙ୍ଗକୁ ନାବାଳିକା ବଳାତ୍କାରରେ ଓଡ଼ିଶା ଏବେ ଏକ ନମ୍ବର ମାନ୍ୟତା ପାଇବାକୁ ଯୋଗ୍ୟ ହୋଇଥିବା କଟାକ୍ଷ କରାଯାଇଥିଲା । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନ ବିରୋଧୀ କାର୍ଯ୍ୟର ଅନ୍ତ ଘଟାଇ ଦୁର୍ନୀତିମୁକ୍ତ ଶାସନ ପ୍ରତିଷ୍ଠାରେ ହସ୍ତକ୍ଷେପ କରିବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଆରଡିସିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri