କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ:ଖଣି ଅଞ୍ଚଳକୁ ଫୁଲ, ପନିପରିବା ଚାଷୋପଯୋଗୀ କର

ଭୁବନେଶ୍ୱର,୯ା୧(ବ୍ୟୁରୋ): ନିଲାମ ନେଉଥିବା ଲିଜଧାରୀମାନେ ଖଣିଜ ସମ୍ପଦ ନେବା ପରେ ଖଣିକୁ ଖୋଲା ଛାଡି ଚାଲି ଯାଉଛନ୍ତି। ଖଣି ପାଇଁ ନଷ୍ଟ ହେଉଥିବା ପରିବେଶର କ୍ଷତି ଭରଣା କରୁନାହାନ୍ତି। ଏହାକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଣିକି ଲିଜଧାରୀ ଖଣି ଅଞ୍ଚଳରେ ଫୁଲ, ଫଳ, ପନିପରିବା ଚାଷ ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରିବେ। ଖଣିଜ ପଦାର୍ଥ ଉତ୍ତୋଳନ ପରେ ସେହି ଅଞ୍ଚଳ ଯେପରି ସବୁଜିମାରେ ଭରିଯିବ ସେ ନେଇ ସମସ୍ତ ବ୍ୟବସ୍ଥା କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଶରଦ ଏ. ବୋବଡେ, ଜଷ୍ଟିସ ବି.ଆର. ଗାଭାଇ ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଖଣି ଖନନ ପରେ ସେହି ଅଞ୍ଚଳ ପାଇଁ ଲିଜଧାରୀ କି ପଦକ୍ଷେପ ନେଉଛନ୍ତି ସେ ନେଇ ଆସନ୍ତା ୩ ସପ୍ତାହ ମଧ୍ୟରେ ଏକ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିବେଶ ମଞ୍ଜୁରୀ ଓ ଖଣି ଲିଜ ପାଇଁ କେନ୍ଦ୍ର ସରକାର ଯେଉଁ ସର୍ତ୍ତ ରଖିଥାଆନ୍ତି ଖଣି ଖନନ ପରେ ଉକ୍ତ ଅଞ୍ଚଳର ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ ପରିବେଶ ସୃଷ୍ଟି କରିବା ଦିଗରେ ମଧ୍ୟ ଅନୁରୂପ ବ୍ୟବସ୍ଥା କରିବା ଲାଗି ନିଶ୍ଚିତ କରିବାକୁ କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖଣି ଖନନ ପରେ ଉକ୍ତ ଅଞ୍ଚଳ ସବୁଜିମା ଶୂନ୍ୟ ହୋଇଯାଉଛି। ସେଠାରେ କୁଶ ମଧ୍ୟ କଅଁଳୁ ନ ଥିବା କୋର୍ଟ ନିରୀକ୍ଷଣ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି କୋର୍ଟଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri