କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ:ଖଣି ଅଞ୍ଚଳକୁ ଫୁଲ, ପନିପରିବା ଚାଷୋପଯୋଗୀ କର

ଭୁବନେଶ୍ୱର,୯ା୧(ବ୍ୟୁରୋ): ନିଲାମ ନେଉଥିବା ଲିଜଧାରୀମାନେ ଖଣିଜ ସମ୍ପଦ ନେବା ପରେ ଖଣିକୁ ଖୋଲା ଛାଡି ଚାଲି ଯାଉଛନ୍ତି। ଖଣି ପାଇଁ ନଷ୍ଟ ହେଉଥିବା ପରିବେଶର କ୍ଷତି ଭରଣା କରୁନାହାନ୍ତି। ଏହାକୁ ନେଇ ସର୍ବୋଚ୍ଚ ନ୍ୟାୟାଳୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଣିକି ଲିଜଧାରୀ ଖଣି ଅଞ୍ଚଳରେ ଫୁଲ, ଫଳ, ପନିପରିବା ଚାଷ ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରିବେ। ଖଣିଜ ପଦାର୍ଥ ଉତ୍ତୋଳନ ପରେ ସେହି ଅଞ୍ଚଳ ଯେପରି ସବୁଜିମାରେ ଭରିଯିବ ସେ ନେଇ ସମସ୍ତ ବ୍ୟବସ୍ଥା କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଶରଦ ଏ. ବୋବଡେ, ଜଷ୍ଟିସ ବି.ଆର. ଗାଭାଇ ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ଖଣି ଖନନ ପରେ ସେହି ଅଞ୍ଚଳ ପାଇଁ ଲିଜଧାରୀ କି ପଦକ୍ଷେପ ନେଉଛନ୍ତି ସେ ନେଇ ଆସନ୍ତା ୩ ସପ୍ତାହ ମଧ୍ୟରେ ଏକ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିବେଶ ମଞ୍ଜୁରୀ ଓ ଖଣି ଲିଜ ପାଇଁ କେନ୍ଦ୍ର ସରକାର ଯେଉଁ ସର୍ତ୍ତ ରଖିଥାଆନ୍ତି ଖଣି ଖନନ ପରେ ଉକ୍ତ ଅଞ୍ଚଳର ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ ପରିବେଶ ସୃଷ୍ଟି କରିବା ଦିଗରେ ମଧ୍ୟ ଅନୁରୂପ ବ୍ୟବସ୍ଥା କରିବା ଲାଗି ନିଶ୍ଚିତ କରିବାକୁ କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖଣି ଖନନ ପରେ ଉକ୍ତ ଅଞ୍ଚଳ ସବୁଜିମା ଶୂନ୍ୟ ହୋଇଯାଉଛି। ସେଠାରେ କୁଶ ମଧ୍ୟ କଅଁଳୁ ନ ଥିବା କୋର୍ଟ ନିରୀକ୍ଷଣ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି କୋର୍ଟଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri