କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି। କଂଗ୍ରେସ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ସାମିଲ ହୋଇଛି। କାଁ ଭାଁ ଦୁଇ ଚକିଆ ଓ ଅଟୋ ଚଳାଚଳକୁ ବାଦ୍‌ ଦେଲେ ଯାତ୍ରୀବାହୀ ବସ୍‌ ଓ ଅନ୍ୟାନ୍ୟ ଯାନବାହନ ଚଳାଚଳ ତଥା ଦୋକାନ ବଜାର ବନ୍ଦରହିଛି। ବ୍ୟାଙ୍କ, ଡାକ ବିଭାଗ କାର୍ଯ୍ୟାଳୟ ବନ୍ଦ ଥିବା ବେଳେ କଂଗ୍ରେସ ଓ ଶ୍ରମିକ ସଂଗଠନଗୁଡିକ କୋର୍ଟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟ ବନ୍ଦ କରି ଦେଇଛନ୍ତି। ହେମଗିରି ବସୁନ୍ଧରା, କୁଲଡ଼ା ଓ ଡୁଲିଙ୍ଗାକୋଇଲା ଖଣିରୁ ମଧ୍ୟ କୋଇଲା ପରିବହନ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।
ଏଆଇଟିୟୁସି ରାଜ୍ୟ ସଭାପତି ଅଶୋକ ଦାଶ ଡାକ କର୍ମଚାରୀ ସଂଘର ହର୍ଷରାମ ପଟେଲ, ଶକ୍ତି ସିଂ, ରାଜୀବ ଗୌଡ଼, ଭୀଷ୍ମ ସେଠୀ, ମଳୟ ହୋତା, ହୀରା ବିଦ୍ୟୁତ୍‌ କର୍ମଚାରୀ ସଂଘର ଶତ୍ରୁଘ୍ନ ସାହୁ, ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘର କିଶୋର ଧୁରୁଆ, ଶ୍ରୀପତି ମାଝି, ଜୀବନ ବୀମା କର୍ମଚାରୀ ସଂଘର ନିକୋଲାସ କୁଜୁର, ରତନ ବାଗ,ମୁନା ଶର୍ମା, ଆକାଶ ପଟେଲ, ସୁରେଶ ପଟେଲ, ଜିଲା କଂଗ୍ରେସର ରାଜ କିଶୋର ଷଡ଼ଙ୍ଗୀ, ବେଣୁମାଧବ ତ୍ରିପାଠୀ, ଦୁଷ୍ମନ୍ତ ନାଏକ ପ୍ରମୁଖ ଆନ୍ଦୋଳନରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri