Posted inଜାତୀୟ

କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ ବିଭାଗରେ ମୋଟ ୬ ଲକ୍ଷ ୮୩ ହଜାର ୮୨୩ ପଦବୀ ଖାଲି ରହିଛି। ସେଥିମଧ୍ୟରୁ ଗ୍ରୁପ୍‌ ସ’ରେ ୫,୭୪,୨୮୯ ପଦବୀ ଖାଲି ଥିବାବେଳେ ଗ୍ରୁପ୍‌ ବି’ରେ ୮୯,୬୩୮ ଏବଂ ଗ୍ରୁପ୍‌ ଏ’ରେ ୧୯,୮୯୬ ପଦବୀ ଖାଲି ରହିଥିବା କାର୍ମିକ ବିଭାଗ ରାଷ୍ଟ୍ରମନ୍ତ୍ରୀ କହିଥିଲେ। ଚଳିତ ଆର୍ଥତ୍କ ବର୍ଷରେ ୧,୦୫,୩୩୮ ପଦବୀ ପୂରଣ ଲାଗି ଷ୍ଟାଫ୍‌ ସିଲେକ୍ସନ କମିଶନ (ଏସ୍‌ଏସ୍‌ସି) ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ୨୦୧୭-୧୮ରେ ବିଭିନ୍ନ ଗ୍ରୁପ୍‌ ସି ଏବଂ ଲେଭଲ୍‌-୧ର ୧,୨୭,୫୭୩ ପଦବୀ ଲାଗି ରେଲଓ୍ବେ ନିଯୁକ୍ତି ବୋର୍ଡ (ଆର୍‌ଆର୍‌ବି) ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହା ପରେ ୨୦୧୮-୧୯ରେ ଗ୍ରୁପ୍‌ ସି ଏବଂ ଲେଭଲ୍‌-୧ରେ ୧,୫୬,୧୩୮ ପଦବୀ ପୂରଣ ପାଇଁ ୫ ଥର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଡାକ ବିଭାଗ ୧୯,୫୨୨ ପଦବୀ ପୂରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇବା ସହ ପରୀକ୍ଷା କରାଯାଇଥିଲା। ଏହିପରି ମୋଟ ୪,୦୮,୫୯୧ ପଦବୀ ପୂରଣ ପାଇଁ ଏସ୍‌ଏସସି, ରେଳପଥ ନିଯୁକ୍ତି ବୋର୍ଡ ଏବଂ ଡାକ ବିଭାଗ ପକ୍ଷରୁ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri