Posted inଜାତୀୟ

କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ ବିଭାଗରେ ମୋଟ ୬ ଲକ୍ଷ ୮୩ ହଜାର ୮୨୩ ପଦବୀ ଖାଲି ରହିଛି। ସେଥିମଧ୍ୟରୁ ଗ୍ରୁପ୍‌ ସ’ରେ ୫,୭୪,୨୮୯ ପଦବୀ ଖାଲି ଥିବାବେଳେ ଗ୍ରୁପ୍‌ ବି’ରେ ୮୯,୬୩୮ ଏବଂ ଗ୍ରୁପ୍‌ ଏ’ରେ ୧୯,୮୯୬ ପଦବୀ ଖାଲି ରହିଥିବା କାର୍ମିକ ବିଭାଗ ରାଷ୍ଟ୍ରମନ୍ତ୍ରୀ କହିଥିଲେ। ଚଳିତ ଆର୍ଥତ୍କ ବର୍ଷରେ ୧,୦୫,୩୩୮ ପଦବୀ ପୂରଣ ଲାଗି ଷ୍ଟାଫ୍‌ ସିଲେକ୍ସନ କମିଶନ (ଏସ୍‌ଏସ୍‌ସି) ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛନ୍ତି। ୨୦୧୭-୧୮ରେ ବିଭିନ୍ନ ଗ୍ରୁପ୍‌ ସି ଏବଂ ଲେଭଲ୍‌-୧ର ୧,୨୭,୫୭୩ ପଦବୀ ଲାଗି ରେଲଓ୍ବେ ନିଯୁକ୍ତି ବୋର୍ଡ (ଆର୍‌ଆର୍‌ବି) ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହା ପରେ ୨୦୧୮-୧୯ରେ ଗ୍ରୁପ୍‌ ସି ଏବଂ ଲେଭଲ୍‌-୧ରେ ୧,୫୬,୧୩୮ ପଦବୀ ପୂରଣ ପାଇଁ ୫ ଥର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଡାକ ବିଭାଗ ୧୯,୫୨୨ ପଦବୀ ପୂରଣ ଲାଗି ବିଜ୍ଞପ୍ତି ପ୍ରକାଶ ପାଇବା ସହ ପରୀକ୍ଷା କରାଯାଇଥିଲା। ଏହିପରି ମୋଟ ୪,୦୮,୫୯୧ ପଦବୀ ପୂରଣ ପାଇଁ ଏସ୍‌ଏସସି, ରେଳପଥ ନିଯୁକ୍ତି ବୋର୍ଡ ଏବଂ ଡାକ ବିଭାଗ ପକ୍ଷରୁ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ବିହାରର ସବୁଠାରୁ ପଢୁଆ ନେତା କିଏ? ଲିଷ୍ଟରେ ନୀତିଶ କୁମାରଙ୍କ ସ୍ଥାନ ଏଇଠି…

ପାଟନା,୧୪।୪: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଆସିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ସମ୍ରାଟ ଚୌଧୁରୀଙ୍କୁ ବିଧାୟକ ଦଳର ନେତା ଭାବରେ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri