କେବଳ ମୁଶରଫ ନୁହନ୍ତି; ବିଶ୍ୱର ଏହି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ବି ଦିଆଯାଇଥିଲା ମୃତ୍ୟୁ ଦଣ୍ଡାଦେଶ

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ସେନାଧ୍ୟକ୍ଷ ପରଭେଜ ମୁଶରଫଙ୍କୁ ଦେଶଦ୍ରୋହ ମାମଲାରେ ପାକିସ୍ତାନ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ମୃତ୍ୟୁଦଣ୍ଡ ଦେଇଛନ୍ତି। ମୁଶାରଫଙ୍କ ବିରୋଧରେ ରୁଜୁ ହୋଇଥିବା ଦେଶଦ୍ରୋହ ଓ ଦେଶ ବିରୋଧରେ ଷଡଯନ୍ତ୍ର କରୁଥିବା ମାମଲାର ଶୁଣାଣି କରି ସ୍ବତନ୍ତ୍ର ପେଶୱାର କୋର୍ଟ ଏହି ରାୟ ଦେଇଛନ୍ତି। ପାକିସ୍ତାନ ଇତିହାସରେ ପ୍ରଥମଥର ପାଇଁ କୌଣସି ବ୍ୟକ୍ତିଙ୍କୁ ସ୍ବତନ୍ତ୍ର କୋର୍ଟ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି। କେବଳ ମୁଶରଫ ନୁହନ୍ତି, ପୂର୍ବରୁ ବିଶ୍ୱର ଅନେକ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ସେଠାକାର ଅଦାଲତ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ରୋମାନିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଆୟନ ଆଣ୍ଟୋନେସ୍କୁଙ୍କ ଯୁଦ୍ଧ ଅପରାଧ, ଶାନ୍ତି ଭଙ୍ଗ ଏବଂ ରାଜଦ୍ରୋହ ମାମଲାରେ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ବୁଲ୍‌ଗେରିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଇଭାନ ଇଭାନୋଭ ବାଗ୍ରିଆନୋଭଙ୍କୁ ଯୁଦ୍ଧ ଅପରାଧ ମାମଲାରେ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ସେହିପରି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜୁଲ୍ଫିକର ଅଲ୍ଲୀ ଭୁଟ୍ଟୋଙ୍କୁ ମଧ୍ୟ ପାକିସ୍ତାନ ସୁପ୍ରିମକୋର୍ଟ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ। ବୁଲଗେରିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଡୋବରି ବୋଝିଲୋଭଙ୍କୁ ଯୁଦ୍ଧ ଅପରାଧ ପାଇଁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ହିଦେକି ତୋଜୋ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଥିଲେ। ତାଙ୍କୁ ୧୯୪୮ରେ ସୈନ୍ୟ ଅପରାଧୀ ଭାବେ ଫାଶୀ ଦିଆଯାଇଥିଲା। ଇରାକର ପୂର୍ବତନ ରାଷ୍ଟ୍ରପତି ସଦାମ ହୁସେନଙ୍କୁ ମଧ୍ୟ ଫାଶୀ ଦଣ୍ଡାଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri