କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଡ. ନୃପରାଜ ସାହୁ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ବରିଷ୍ଠ ଓଏଏସ୍‌ ଅଧିକାରୀ ଡ. ନୃପରାଜ ସାହୁଙ୍କୁ ରାଜ୍ୟ ସରକାର କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି। କୋରାପୁଟଠାରେ ଥିବା କେବିକେ ପ୍ରଶାସକଙ୍କ କାର୍ଯ୍ୟାଳୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ପୂର୍ବରୁ ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଆଦିବାସୀ ଓ ହରିଜନ କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଭାବରେ କାର୍ଯ୍ୟ କରୁଥିଲେ। ପୂର୍ବରୁ କେବିକେ ଡେପୁଟି ପ୍ରଶାସକ ପଦବୀ ଥିବା ବେଳେ ବର୍ତ୍ତମାନ ଯୁଗ୍ମ ପ୍ରଶାସକ ପଦବୀ ସୃଷ୍ଟି କରାଯାଇଛି। ତାଙ୍କ ନିଯୁକ୍ତି ନେଇ କଳାହାଣ୍ଡି ଜିଲାରେ ଖୁସିର ଲହରି ଖେଳିଯାଇଛି। ସେ କେବିକେର କଳାହାଣ୍ଡି ସମେତ ୮ଟି ଜିଲାରେ ଉନ୍ନୟନ କାର୍ଯ୍ୟ ଓ ବିଭିନ୍ନ ବିକାଶମୂଳକ ଯୋଜନାର କ୍ରିୟାନ୍ବୟନ ପାଇଁ ତ୍ୱରିତ ପଦକ୍ଷେପ ନେବେ ବୋଲି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri