Categories: ରାଜ୍ୟ

କେବୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ-ଛେଣ୍ଡିପଦା ୬୩ ନଂ. ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ରିସର୍ଚ ନର୍ସରୀ ପାଖରେ ଥିବା ତାରିଣୀ ମନ୍ଦିର ନିକଟରେ ଏକ ଟ୍ରକ (ନଂ.ଓଡି୧୯ଏଫ୨୭୪୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାପରେ ଗାଡ଼ି ଚାଳକ ଅଳ୍ପକେ ବର୍ତି ଯାଇ ଫେରାର ହୋଇ ଯାଇଥିବା ଜଣାପଡ଼ିଛି। ଟ୍ରକଟି ଛେଣ୍ଡିପଦାରୁ ଅନୁଗୋଳ ଅଭିମୁଖେ ବିଦ୍ୟୁତ୍‌ କେବୁଲ ନେଇ ଯାଉଥିବାବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।