Posted inଖେଳ

କେବେଠାରୁ ଟ୍ରେନିଂ ସ୍ପଷ୍ଟ କରାଯାଉ

ନୂଆଦିଲ୍ଲୀ, ୨୨ା୫ (ପି.ଟି.)-କରୋନା ଭାଇରସ୍‌ ପାଇଁ ଲକ୍‌ଡାଉନ୍‌ ସତ୍ତ୍ୱେ ଆଥଲେଟ୍‌୍‌ମାନଙ୍କ ଟ୍ରେନିଂ ଲାଗି ସରକାର ବିନା ଦର୍ଶକରେ ଷ୍ଟାଡିୟମ ଓ ସ୍ପୋଟର୍‌ସ କମ୍ପ୍ଲେକ୍ସ ଖେଳିବାକୁ ଅନୁମତି ଦେଇଛନ୍ତି। ଖେଳାଳିମାନଙ୍କୁ ଏହି ସମୟରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପକ୍ଷରୁ ଜାରି କରାଯାଇଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁୟର (ଏସ୍‌ଓପି)କୁ ମାନି ଚଳିବାକୁ ନିର୍ଦ୍ଦେଶ ରହିଛି। ହେଲେ କେତେବେଳେ ଟ୍ରେନିଂ ଆରମ୍ଭ ହେବ ତାହା ସ୍ପଷ୍ଟ କରାଯାଇ ନାହିଁ। ଏସ୍‌ଓପିରେ ରହିଥିବା ବ୍ୟବସ୍ଥା ଅନୁସାରେ ରିଲେ ଟ୍ରେନିଂ ବେଳେ ବାଟନ ଅଦଳ ବଦଳ ହୋଇପାରିବ ନାହିଁ। ବକ୍ସରମାନେ ରିଙ୍ଗ୍‌ର ସୁବିଧା ନେଇପାରିବେ ନାହିଁ। କେବଳ ସିଙ୍ଗଲ୍ସ ଖେଳାଳିମାନେ ଇନ୍‌ଡୋର ବ୍ୟାଡ୍‌ମିଣ୍ଟନ କୋର୍ଟରେ ଅଭ୍ୟାସ କରିପାରିବେ। ଆଥଲେଟିକ୍ସ, ହକି, ବ୍ୟାଡ୍‌ମିଣ୍ଟନ, ବକ୍ସିଂ ଓ ଶୁଟିଂ ଆଦି ୧୧ ପ୍ରକାର ଖେଳକୁ ଆଉଟ୍‌ଡୋର ଟ୍ରେନିଂ ପାଇଁ ଅନୁମତି ଦିଆଯାଇଛି। ଭାରୋତ୍ତୋଳକ, ତୀରନ୍ଦାଜ, ସାଇକ୍ଲିଷ୍ଟ, ଫେନ୍‌ସର, ରେସ୍‌ଲର ଏବଂ ଟେବୁଲ ଟେନିସ୍‌ ଖେଳାଳି ମଧ୍ୟ ଆବଶ୍ୟକ ସୁରକ୍ଷା ପଦକ୍ଷେପ ସହ ଟ୍ରେନିଂ ଆରମ୍ଭ କରିପାରିବେ। ହେଲେ ସଂକ୍ରମଣ ଆଶଙ୍କା ଯୋଗୁ ସନ୍ତରଣକାରୀଙ୍କୁ ସୁଇମିଂପୁଲ୍‌ ବ୍ୟବହାର ପାଇଁ ଅନୁମତି ମିଳିନି। ଚତୁର୍ଥ ପର୍ଯ୍ୟାୟରେ ଲକ୍‌ଡାଉନ୍‌ ଅବଧିକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯିବା ପରେ ଗୃହ ମନ୍ତ୍ରଣାଳୟ ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ ଷ୍ଟାଡିୟମ ଖୋଲିବାକୁ ଅନୁମତି ଦେବା ପରେ ସାଇ ତରଫରୁ ଏସ୍‌ଓପି ଜାରି କରାଯାଇଥିଲା। ହେଲେ ଟ୍ରେନିଂ କେବେଠାରୁ ଆରମ୍ଭ ହେବ ସେ ସମ୍ପର୍କରେ ସ୍ପଷ୍ଟ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri