କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା ବଜାୟ ରଖିପାରିବେ। ସେମାନଙ୍କ ମଧ୍ୟରେ କରୋନା ସଂକ୍ରମଣର ଆଶଙ୍କା ରହିବ ନାହିଁ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଅକ୍ଟୋବରଠାରୁ ଏଭଳି ପାଠପଢ଼ା ଆରମ୍ଭ ହେବ। ୮୦୦ ବର୍ଷ ପୁରାତନ କେମ୍ବ୍ରିଜ୍‌ ବିଶ୍ୱଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ୨୦୨୦ ଅକ୍ଟୋବରଠାରୁ ୨୦୨୧ ଗ୍ରୀଷ୍ମଋତୁ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ଟିଚିଂ ଗ୍ରୁପ୍‌ ମାଧ୍ୟମରେ ଶିକ୍ଷାଦାନ କରାଯିବ। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବ୍ରିଟେନ୍‌ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ଆଧାରରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏଭଳି କରାଯାଉଥିବା କୁହାଯାଉଛି। ଏହା ପୂର୍ବରୁ ହାବାର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ମଧ୍ୟ ୬୭ଟି ଅନ୍‌ଲାଇନ୍‌ ପାଠ୍ୟକ୍ରମକୁ ମାଗଣାରେ ପ୍ରଦାନ କରାଯାଉଛି। ଏସବୁ ପାଠ୍ୟକ୍ରମର ଅବଧି ଏକ ସପ୍ତାହରୁ ୧୨ ସପ୍ତାହ ରହିଛି। ଏଥିପାଇଁ ସାଧାରଣ ସମୟରେ ପାଠ୍ୟକ୍ରମ ଫି ୨୦୦୦ ଟଙ୍କାରୁ ଆରମ୍ଭ କରି ଅଢ଼େଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri