କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ ଓହ୍ଲାଇ ବସ୍‌ ଯୋଗେ ନିଜ ଗ୍ରାମକୁ ଫେରିଥିଲେ। ୧ନମ୍ବର୍‌ ପ୍ଲାଟଫର୍ମରେ ଲାଗିଥିବା ଟ୍ରେନ୍‌ରୁ ଓହ୍ଲାଇବା ପରେ ମହିଳା ଆରପିଏଫଙ୍କୁ ନେଇ ଗଠିତ ସୁଭଦ୍ରା ବାହିନୀ, ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ସେମାନଙ୍କୁ ସ୍ବାଗତ କରିଥିଲେ। ଷ୍ଟେଶନ ବାହାରେ ହୋଇଥିବା ଅସ୍ଥାୟୀ ଶିବିରରେ ଫେରିଥିବା ପ୍ରବାସୀ ଓଡ଼ିଆଙ୍କୁ ଥର୍ମାଲ ସ୍ରିନିଂ, ପଞ୍ଜିକରଣ, ଷ୍ଟାମ୍ପିଂ କରାଯାଇ ଛଡାଯାଇଥିଲା। ଫେରିଥିବା ୧୧୫୦ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ ଜଣ ଓହ୍ଲାଇଥିଲେ।ଏଥିରେ କେନ୍ଦ୍ରାପଡ଼ା ଜିଲାର ସର୍ବାଧିକ ୨୮୩ ଜଣ ରହିଥିଲେ। ଅବଶିଷ୍ଟାଂଶ ଜିଲାର ପ୍ରବାସୀ ଓଡ଼ିଆ ବ୍ରହ୍ମପୁର ନିକଟବର୍ତ୍ତୀ ଜଗନ୍ନାଥପୁର ଷ୍ଟେଶନରେ ସକାଳୁ ଓହ୍ଲାଇ ବସରେ ଗ୍ରାମକୁ ଫେରିଥିଲେ । ଏହାକୁ ନେଇ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri