କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ – ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ ରେ ୫୫୨ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ପହଞ୍ଚିଥିଲା। ସମସ୍ତେ ସୁରକ୍ଷିତ ଭାବେ ଓହ୍ଲାଇବା ପରେ ୭ଟା ୧୦ରେ ଉକ୍ତ ଟ୍ରେନ୍‌ଟି ଖୋର୍ଦ୍ଧା ଅଭିମୁଖେ ଯାତ୍ରା କରିଥିଲା। ଏଥିରୁ ଗଞ୍ଜାମ ଜ଼ିଲାର ୧୨୨ ଜଣ ଥିବାବେଳେ କନ୍ଧମାଳ ଜ଼ିଲ୍ଲାର ୩୮୯ ଜଣ, ବୌଦ୍ଧର ୬ ଜଣ, ରାୟଗଡାର ୨୭ ଜଣ, କଳାହାଣ୍ଡିର ୩ ଜଣ ଓ ନବରଙ୍ଗପୁର ଜିଲାର ୫ ଜଣ ପ୍ରବାସୀ ଥିଲେ। ସମସ୍ତ ପ୍ରବାସୀଙ୍କ ସ୍କ୍ରିନିଂ ପରେ ବସ ଯୋଗେ ନିଜ ନିଜ ଜିଲାକୁ ପଠାଇ ଦିଆଯାଇଥିଲା। ଗଞ୍ଜାମର ଲୋକଙ୍କୁ ପୁରୁଷୋତ୍ତମପୁର କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଯାଇଥିଲା। ତେବେ ସେମାନଙ୍କ ମଧ୍ୟରେ ଅସୁସ୍ଥ ୩ ଜଣଙ୍କୁ ବ୍ରହ୍ମପୁର ସିଟି ହସ୍ପିଟାଲକୁ ପଠାଯାଇଛି। ସେଠାରେ ସେମାନଙ୍କ ସ୍ବାବ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରାଯାଇଛ। ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ, ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ପ୍ରମୁଖ ଉପସ୍ଥିତ ଥିଲେ। ସେଠାରେ ୭ଟି ମେଡିକାଲ ଟିମ୍‌, ଜନସ୍ବାସ୍ଥ୍ୟ ଅଧିକାରୀ ବରୁଣ ପାଣିଗ୍ରାହୀ, ୧୫୦ ଜଣ ପୋଲିସ କର୍ମଚାରୀ, ୫୦ ଜଣ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଏବଂ ବ୍ରହ୍ମପୁର, ଛତ୍ରପୁର ଆର୍‌ପିଏଫ୍‌ର ୩୦ ଜଣ ଅଧିକାରୀ ଓ ଷ୍ଟାଫ୍‌ ଉପସ୍ଥିତ ହୋଇ ସହାୟତା ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri