କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଥିଲା । ତାଙ୍କ ନମୂନା ପରୀକ୍ଷା ପରେ ସେ ଏଥିରେ ସଂକ୍ରମିତ ହୋଇ ନ ଥିବା ସ୍ପଷ୍ଟ ହୋଇଛି । କେରଳରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ସେଠାରୁ ଫେରୁଥିବା ଲୋକଙ୍କ ଉପରେ ମଧ୍ୟ ସତର୍କ ଦୃଷ୍ଟି ରଖାଯାଇଥିଲା । କେରଳରେ କାମ କରୁଥିବା ୪ ଜଣ କିଛି ଦିନ ତଳେ ଖଜୁରିପଡା ବ୍ଲକ ଆର.ନୂଆଗାଁକୁ ଫେରିଥିଲେ । ଖଜୁରିପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଏକ ଟିମ୍‌ ଉକ୍ତ ଗ୍ରାମକୁ ଯାଇ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛି । ଥଣ୍ଡା, କାଶ ଏବଂ ଜ୍ୱର ଥିଲେ ଏହା କରୋନା ସଂକ୍ରମିତ ହେବା ସମ୍ଭାବନା ରହିଥିବାରୁ ସେମାନଙ୍କ ପରୀକ୍ଷା କରାଯାଇଥିଲା । ହେଲେ ସେମାନଙ୍କ ପାଖରେ ସେଭଳି କିଛି ଲକ୍ଷଣ ଦେଖା ଯାଇ ନ ଥିଲା । ଡା.ନିମାଇଁ ଚରଣ ବିଶି, ଏଏନ୍‌ଏମ୍‌ ସୁନୀତା ଦାସ, ପିଏଚ୍‌ଇଓ ଜ୍ଞାନରଞ୍ଜନ କହଁର, ସ୍ବାସ୍ଥ୍ୟକର୍ମୀ କୃଷ୍ଣ ଚନ୍ଦ୍ର ପୃଷ୍ଟି, ଆଶା କର୍ମୀ ଗୀତାଞ୍ଜଳି ନାୟକ ଓ କୌଳାସ ଗଣ୍ଡା ଆର.ନୂଆଗାଁକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri