କେରଳରୁ ଫେରିଲେ ୧୪ ଶ୍ରମିକ

ପାଟଣା,୮ା୫(ସ୍ବ.ପ୍ର.): କେରଳରେ ରହି କାମ କରୁଥିବା ୧୪ ଜଣ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପହଞ୍ଚିଛନ୍ତି। ଏହି ଶ୍ରମିକମାନେ କେରଳର ଆଟାପାଟୁଠାରେ ଏକ ନର୍ସରୀରେ କାମ କରୁଥିଲେ। ଏକ ସ୍ବତନ୍ତ୍ର ଟ୍ରେନରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିବା ପରେ ବସ୍‌ ଯୋଗେ ପାଟଣାକୁ ଆସିଛନ୍ତି। ପାଟଣା ମୁଖ୍ୟାଳୟସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖୋଲା ଯାଇଥିବା ଫିବର କ୍ଲିନିକରେ ସମସ୍ତଙ୍କର ସ୍ଥାସ୍ଥ୍ୟ ପରୀକ୍ଷା ପରେ ନିଜ ନିଜ ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଆଇନ କେନ୍ଦ୍ରକୁ ପଠା ଯାଇଥିବା ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ସୁପ୍ରକାଶ ଶତପଥୀ ପ୍ରକାଶ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ପାଟଣା ଅଞ୍ଚଳକୁ ଫେରିଥିବା ଏହି ୧୪ ଜଣ ପ୍ରବାସୀ ପୁରୁଷ ଶ୍ରମିକଙ୍କ ମଧ୍ୟରୁ କେନ୍ଦେଇପଶି ପଞ୍ଚାୟତକୁ ୮ ଜଣ, ଖିରେଇଟାଙ୍ଗିରି ପଞ୍ଚାୟତକୁ ୪ ଜଣ, ମୁଷାଖୋରୀ ପଞ୍ଚାୟତକୁ ଜଣେ ଓ ସାହାରପଡା ବ୍ଲକକୁ ଜଣେ ଫେରିଛନ୍ତି। ୩ଦିନ ତଳେ ସୁରଟ ଫେରନ୍ତା ୩ ଶ୍ରମିକଙ୍କୁ ମୁଖ୍ୟାଳୟ ସ୍ଥିତ ପାଟଣା ମହାବିଦ୍ୟାଳୟରେ କରାଯାଇଥିବା ଆଇସୋଲେଶନ ସେଣ୍ଟରରେ ରଖା ଯାଇଛି। ସମସ୍ତଙ୍କର ସ୍ବାବ ଟେଷ୍ଟ ପାଇଁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ଏମାନଙ୍କ ମଧ୍ୟରୁ ଜଣଙ୍କୁ ଥଣ୍ଡା କାଶ ହେଉଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri