କେରଳରୁ ଫେରିଲେ ୯ ପ୍ରବାସୀ ଓଡ଼ିଆ ଶ୍ରମିକ

ପାଟଣା, ୪ା୫(ସ୍ବ.ପ୍ର.)-କରୋନା ସଂକ୍ରମଣ ସକାଶେ ଦେଶ ଲକ୍‌ଡାଉନ ରହିଛି। ରାଜ୍ୟ ବାହାରକୁ କେରଳ, ତାମିଲନାଡୁ, ଚେନ୍ନାଇ, ମହାରାଷ୍ଟ୍ର ଓ ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକରୁ ୧୨ଶହ ଶ୍ରମିକ ଫସିରହିଛନ୍ତି। ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତରୁ କାମ କରିବାକୁ କେରଳ ରାଜ୍ୟର ଏର୍ଣ୍ଣ।କୁଲମ ଜିଲା ଆସମାନୁର ଉଡ଼ତାଲିଠାରେ ରହି ଏକ ପ୍ଲାଇବୋର୍ଡ କମ୍ପାନୀରେ କାମ କରୁଥିବା ୯ଜଣ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ସହ ୩ଶିଶୁ ରବିବାର ରାତିରେ ପାଟଣା ମୁଖ୍ୟାଳୟସ୍ଥିତ ଫିଭର କ୍ଲିନିକରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ କଣ୍ଟିଆପଡାସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯିବ ବୋଲି ପାଟଣା ବିଡ଼ିଓ ଈଶ୍ୱରଚନ୍ଦ୍ର ନାଏକ, ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୁପ୍ରକାଶ ଶତପଥୀ ସୂଚନା ଦେଇଛନ୍ତି। ଉକ୍ତ କମ୍ପାନୀ ତରଫରୁ ସମସ୍ତ ଖାଦ୍ୟ ପଦାର୍ଥ ଦିଆଯାଉଥିଲା ବୋଲି ଶ୍ରମିକମାନେ ପ୍ରକାଶ କରିଛନ୍ତି। ଏହି ଶ୍ରମିକମାନଙ୍କ ୧ମାସର ଦରମା ପାଇ ନ ଥିବା କହିଛନ୍ତି। ଶ୍ରମିକମାନେ କେନ୍ଦ୍ର ସରକାରଙ୍କ ସହାୟତାରେ ସ୍ବତନ୍ତ୍ର ଟ୍ରେନ ଯୋଗେ ଶୁକ୍ରବାର ରାତି୧୦ଟାରେ କେରଳର ଏର୍ଣ୍ଣାକୁଲମ ଷ୍ଟେଶନରୁ ବାହାରି ରବିବାର ସକାଳେ ଖୋର୍ଦ୍ଧା ଷ୍ଟେଶନରେ ଓହ୍ଲାଇ ରାଜ୍ୟ ସରକାରଙ୍କ ଦ୍ୱାରା ବ୍ୟବସ୍ଥା କରାଯାଇଥିବା ଏକ ବସ୍‌ ଯୋଗେ କେନ୍ଦୁଝର ଜିଲାକୁ ଆସି ପହଞ୍ଚିଥିଲେ। ପ୍ରଶାସନ ସମସ୍ତ ଶ୍ରମିକଙ୍କୁ ନିଜ ନିଜ ଗ୍ରାମରେ ପହଞ୍ଚାଯାଇଛନ୍ତି। ପଞ୍ଚାୟତରେ ନିର୍ମିତ ହୋଇଥିବା କ୍ୱାରାଣ୍ଟାଇନ ଗୃହରେ ୧୪ଦିନ ସଙ୍ଗରୋଧରେ ରହିବା ପରେ ନିଜ ଘରକୁ ଯିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri