Posted inଜାତୀୟ

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

ପୋଲିସର ପ୍ରାଥମିକ ସୂଚନା ଅନୁସାରେ, ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ ଦ୍ରୁତଗତିରେ ଆସୁଥିବା କାର୍‌ଟି ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର୍‌ ଥିଲା ଯେ କାର୍‌ଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଯାଇଥିଲା। କାର୍‌ରେ ଥିବା ସମସ୍ତ ୮ ଜଣଙ୍କ ଘଟଣାସ୍ଥଳରେ ହିଁ ଜୀବନ ଚାଲିଯାଇଥିଲା।

ପୋଲିସ ଅନୁସାରେ, ଶୁକ୍ରବାର ରାତି ପ୍ରାୟ ୧୧ଟା ୪୦ ମିନିଟ୍‌ ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାର ଖବରପାଇ ସ୍ଥାନୀୟ ଲୋକ, ପୋଲିସ ଏବଂ ଅଗ୍ନିଶମନ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ।
କାର୍‌ ଭିତରେ ଫସି ରହିଥିବା ମୃତଦେହଗୁଡ଼ିକୁ ଉଦ୍ଧାର କରିବା ପାଇଁ ରାତିରେ ହିଁ ଉଦ୍ଧାର ଅଭିଯାନ ଚାଲିଥିଲା। ପରେ ସମସ୍ତ ମୃତଦେହକୁ ତ୍ରିଶୂର ମେଡିକାଲ କଲେଜ ହସ୍ପିଟାଲକୁ ପଠାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri