କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ ବୋର୍ଡ ଠେଙ୍ଗାଚୁଲା ଅଞ୍ଚଳରେ ୧୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଭୋକ ଉପାସରେ କାଳାତିପାତ କରୁଛନ୍ତି। ଲକ୍‌ଡାଉନ ସମୟରେ କେରଳ ପ୍ରଶାସନ ତରଫରୁ ମାତ୍ର ୧୦ରୁ ୧୨ ଥର ଖାଦ୍ୟ ସାମଗ୍ରୀ ରିଲିଫ୍‌ ଆକାରରେ ଦିଆଯାଇଥିଲା। ଏବେ ପ୍ରାୟ ୧ ମାସ ହେବ ରିଲିଫ ସାମଗ୍ରୀ ଦିଆଯାଉ ନ ଥିବା ସେମାନେ କହିଛନ୍ତି। ପ୍ରବାସୀ ଓଡ଼ିଆମାନେ ଏ ସମ୍ପର୍କରେ ଫୋନ ମାଧ୍ୟମରେ ଜଣାଇ ଫେରାଇ ଆଣିବା ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ନିବେଦନ କରିଛନ୍ତି। ରଣପୁର ପୁରୁଣାବସନ୍ତର ଟୁକୁନା ମାହାପାତ୍ର, ମାନସ ରଣା, କୈଳାସ ସାହୁ କହିଛନ୍ତି, ଲକ୍‌ଡାଉନ କାଳରେ ମାନସିକ ଯନ୍ତ୍ରଣାଠାରୁ ଭୋକ ବଳିଯାଇଛ। ସେହିପରି ମଧ୍ୟପ୍ରଦେଶର ଇନ୍ଦୋରରେ ଏସ୍‌ଟିଆଇ ଇଣ୍ଡିଆ ଲିମିଟେଡ ନାମକ ଏକ କମ୍ପାନୀରେ ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ଫସି ରହିଛନ୍ତି। କମ୍ପାନୀ କର୍ତ୍ତୃପକ୍ଷ ଦରମା ଦେଉନାହିଁ କି ଖାଇବା ପିଇବା ବ୍ୟବସ୍ଥା କରୁ ନ ଥିବା ଶ୍ରମିକମାନେ କହିଛନ୍ତି। ଯାହାକିଛି ସଞ୍ଚତ୍ତ ଅର୍ଥ ସରିଯାଇଥିବାରୁ ଭୋକ ଉପାସରେ ରହିବାକୁ ପଡୁଛି ବୋଲି ଚିତରଞ୍ଜନ ରଣା, ଅକ୍ଷୟ ପ୍ରଧାନ, ରିତ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri