କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠ: ୧୦ ଶ୍ରେଣୀ ପାଇଁ ଅଛନ୍ତି ୬ ଶିକ୍ଷକ

ରଣପୁର,୧୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ୫୦୦ ଛାତ୍ରୀଛାତ୍ର ପଢୁଛନ୍ତି। ୩୦ ପିଲାରେ ଜଣେ ଶିକ୍ଷକ ଅନୁପାତକୁ ଦେଖିଲେ ଏଠାରେ ୧୭ ଶିକ୍ଷକ ରହିବା କଥା। ଏପରିସ୍ଥଳେ ଅଛନ୍ତି ମାତ୍ର ୬ ଶିକ୍ଷକ। ଏତେ ପିଲାଙ୍କୁ ଏହି ୬ଜଣ କିପରି ପଢାଉଥିବେ ତାହା ସହଜରେ ଅନୁମେୟ।
କେରେଣ୍ଡାଟାଙ୍ଗୀ ବାଳକୃଷ୍ଣ ବିଦ୍ୟାପୀଠରେ ବିଜ୍ଞାନ, କଳା, ସଂସ୍କୃତ, କ୍ରୀଡା ବିଭାଗରେ ଶିକ୍ଷକ ପଦବୀ ଖାଲି ପଡିଛି । ନିୟମକୁ ଦେଖିଲେ ଏଠାରେ ୧୭ ଶିକ୍ଷକଙ୍କର ଆବଶ୍ୟକତା ରହିଛି । କିନ୍ତୁ ୧୦ ଶ୍ରେଣୀ ପାଇଁ ଅତି କମ୍‌ରେ ୧୨ ଜଣ ଶିକ୍ଷକ ନିଯୁକ୍ତି ଦେଲେ ପାଠପଢ଼ା ଠିକ୍‌ ହୁଅନ୍ତା ବୋଲି କୁହାଯାଉଛି। ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଥିବାବେଳେ ଏଥିରେ ସେକ୍ସନ କରାଯିବା କଥା । ହେଲେ ସବୁ କାମଚଳାରେ ଚାଲିଛି। ବିପର୍ଯ୍ୟସ୍ତ ଶିକ୍ଷାବ୍ୟବସ୍ଥା ସୁଧାରିବାକୁ ଶିକ୍ଷକ ନିଯୁକ୍ତି ନେଇ ବିଭିନ୍ନ ସମୟରେ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଆସୁଥିଲେ ମଧ୍ୟ ଜିଲା ଓ ବ୍ଲକ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଅଭିଯୋଗ ରହିଛି । ଅଭିଭାବକ ରବୀନ୍ଦ୍ର ପ୍ରଧାନ କୁହନ୍ତି, ୧୯୮୦ ମସିହାର ଏହି ସ୍କୁଲରେ ପାଠପଢ଼ା ଠିକ୍‌ରେ ହେଉ ନ ଥିବା କହିଲେ ବିଶ୍ୱାସ କରିହେଉନି । ବ୍ଲକର କିଛି ସ୍କୁଲରେ ଶିକ୍ଷକଙ୍କ ଆବଶ୍ୟକତା ନ ଥାଇ ମଧ୍ୟ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଅଥଚ ଯେଉଁଠାରେ ଆବଶ୍ୟକତା ରହିଛି ସେଠାରେ ଅଣଦେଖା କରାଯାଉଛି। ଶିକ୍ଷା ବିଭାଗର ଏପରି ନୀତି ବିରୋଧରେ ଆନ୍ଦୋଳନ କରାଯିବାକୁ ଅଭିଭାବକମାନେ ସଜବାଜ ହେଉଛନ୍ତି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁବଳ ପରିଡା କୁହନ୍ତି, ଶିକ୍ଷକ ଅଭାବରୁ ପାଠ ପଢ଼ାଇବାରେ ବହୁତ କଷ୍ଟ ହେଉଛି । ଛାତ୍ରୀଛାତ୍ରଙ୍କ ଅନୁପାତକୁ ଆଖି ଆଗରେ ରଖି ଶିକ୍ଷକ ଯୋଗାଇବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?