କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ ହୋଇଯାଇଥିବାରୁ ନଦୀ ଉପକୂଳବର୍ତ୍ତୀ ଗ୍ରାମ ଗୁଡ଼ିକରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମୁଦ୍ର ଅଶାନ୍ତ ହୋଇପଡ଼ିଥିବାବେଳେ କେଳୁଣୀ ମୁହାଁଣ ବାଲିରେ ପୋତିହୋଇ ପଡ଼ିଛି। ମୁହାଁଣ ଦେଇ ନଦୀ ଦ୍ୱୟର ଜଳ ଠିକ୍‌ ଭାବେ ସମୁଦ୍ରକୁ ନିଷ୍କାସନ ହୋଇପାରୁ ନାହିଁ। ଫଳରେ ତଟବର୍ତ୍ତୀ ଗ୍ରାମର ଚାଷଜମି ଉଦ୍‌ବୃତ୍ତ ବର୍ଷାଜଳରେ ବୁଡ଼ି ରହିଛି। ମୁହାଁଣ ନିକଟବର୍ତ୍ତୀ ତଣ୍ଡାହାର, ଛେନୁ, ଉଦୟକଣି, କଟକଣା, ବାଘଡ଼ିଆ ଗାଁ ଚର୍ତୁପାର୍ଶ୍ୱରେ ବର୍ଷାଜଳ ଘେରିଯାଇଥିବାରୁ ଏହି ୫ଟି ଗାଁ ଏବେ ପାଣି ଘେରରେ ରହିଛି। ତଣ୍ଡାହାର ଓ ଛେନୁ ଗାଁ ମଧ୍ୟରେ ଥିବା ରାସ୍ତା ଉପରେ ୪ଫୁଟ ଉଚ୍ଚର ବର୍ଷାଜଳ ଜମିଛି। ଫଳରେ ଗ୍ରାମବାସୀ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ନଦୀ ତଟବର୍ତ୍ତୀ କାକଟପୁର ବ୍ଲକର ଶିଶୁଅ, କୋରଣା, ପାଟଳଦା, ଛୁରୀଅନା ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇପଡ଼ିଛି। ପ୍ରତିବର୍ଷ ବର୍ଷା ରୁତୁରେ କେଳୁଣୀ ମୁହାଁଣ ବାଲିରେ ପୋତିହୋଇ ପଡ଼ୁଥିବାରୁ ଏପରି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ତୁରନ୍ତ କେଳୁଣୀ ମୁହାଁଣ ଖନନ କରାଯାଇ ବର୍ଷାଜଳ ଯେପରି ସମୁଦ୍ରକୁ ଠିକ୍‌ ଭାବେ ନିଷ୍କାସନ ହୋଇପାରିବ ସେ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧିନକୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri