କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି

କାକଟପୁର, ୩୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ ହୋଇଯାଇଥିବାରୁ ନଦୀ ଉପକୂଳବର୍ତ୍ତୀ ଗ୍ରାମ ଗୁଡ଼ିକରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମୁଦ୍ର ଅଶାନ୍ତ ହୋଇପଡ଼ିଥିବାବେଳେ କେଳୁଣୀ ମୁହାଁଣ ବାଲିରେ ପୋତିହୋଇ ପଡ଼ିଛି। ମୁହାଁଣ ଦେଇ ନଦୀ ଦ୍ୱୟର ଜଳ ଠିକ୍‌ ଭାବେ ସମୁଦ୍ରକୁ ନିଷ୍କାସନ ହୋଇପାରୁ ନାହିଁ। ଫଳରେ ତଟବର୍ତ୍ତୀ ଗ୍ରାମର ଚାଷଜମି ଉଦ୍‌ବୃତ୍ତ ବର୍ଷାଜଳରେ ବୁଡ଼ି ରହିଛି। ମୁହାଁଣ ନିକଟବର୍ତ୍ତୀ ତଣ୍ଡାହାର, ଛେନୁ, ଉଦୟକଣି, କଟକଣା, ବାଘଡ଼ିଆ ଗାଁ ଚର୍ତୁପାର୍ଶ୍ୱରେ ବର୍ଷାଜଳ ଘେରିଯାଇଥିବାରୁ ଏହି ୫ଟି ଗାଁ ଏବେ ପାଣି ଘେରରେ ରହିଛି। ତଣ୍ଡାହାର ଓ ଛେନୁ ଗାଁ ମଧ୍ୟରେ ଥିବା ରାସ୍ତା ଉପରେ ବର୍ଷାଜଳ ଜମିଛି। ଫଳରେ ଗ୍ରାମବାସୀ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ନଦୀ ତଟବର୍ତ୍ତୀ କାକଟପୁର ବ୍ଲକର ଶିଶୁଅ, କୋରଣା, ପାଟଳଦା, ଛୁରୀଅନା ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇପଡ଼ିଛି। ପ୍ରତିବର୍ଷ ବର୍ଷା ରୁତୁରେ କେଳୁଣୀ ମୁହାଁଣ ବାଲିରେ ପୋତିହୋଇ ପଡ଼ୁଥିବାରୁ ଏପରି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ତୁରନ୍ତ କେଳୁଣୀ ମୁହାଁଣ ଖନନ କରାଯାଇ ବର୍ଷାଜଳ ଯେପରି ସମୁଦ୍ରକୁ ଠିକ୍‌ ଭାବେ ନିଷ୍କାସନ ହୋଇପାରିବ ସେ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧିନକୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?