କେଶିଙ୍ଗାରେ ସ୍ବାଧୀନତା ଦିବସ

କେଶିଙ୍ଗା, ୧୫।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲାର ଉପ ଜିଲାପାଳ ମିର୍ଦ୍ଧା ଟପ୍ନୋ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କେଶିଙ୍ଗା ସହରକୁ ସବୁଜସୁନ୍ଦର କରିବା ସହିତ ସହରରେ ଥିବା ପ୍ରତ୍ୟେକ ନାଳ, ନର୍ଦ୍ଦମା, ରାସ୍ତାଘାଟ, ପାନୀୟ ଜଳ, ବିଦ୍ୟୁତ୍‌ ସଂଯୋଗ ଆଦି ସଂଯୋଗରେ ସୁଧାର ଆଣିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ସ୍ବାଧୀନତା ଦିବସରେ ସହରର କଲେଜ, ସ୍କୁଲ ଓ ଅନ୍ୟାନ୍ୟ ଘରୋଇ ଶିକ୍ଷାନୁଷ୍ଠାନର ପ୍ରାୟ ୪ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଯୋଗଦେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସେହିପରି କେଶିଙ୍ଗା ସହରର ଏନ୍‌ଏସି, ପଞ୍ଚାୟତ ସମିତି କାର୍ଯ୍ୟାଳୟ, କୋର୍ଟ, ପୋଲିସ ଷ୍ଟେଶନ ସହ ବହୁ ଶିକ୍ଷାନୁଷ୍ଠାନରେ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଶେଷରେ ଉପଜିଲାପାଳଙ୍କ ଦ୍ୱାରା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri