କେସିଙ୍ଗାରେ ଏମ୍‌ଏସ୍‌ଏମ୍‌ଇ ପାର୍କ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି

ଭୁବନେଶ୍ୱର,୯।୬(ବ୍ୟୁରୋ): କଳାହାଣ୍ଡି ଜିଲାର କେସିଙ୍ଗାରେ ପ୍ରତିଷ୍ଠା କରାଯାଉଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପାର୍କ ପାଇଁ ୧୦୦ କୋଟି ଖର୍ଚ୍ଚ ହେବ। ସୋମବାର ଲୋକସେବା ଭବନରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।
ଏହି ପାର୍କ ନିର୍ମାଣ କରିବାକୁ କେସିଙ୍ଗାଠାରେ ଏଥିପାଇଁ ସରକାର ୬୪ ଏକର ଜମି ଚିହ୍ନଟ କରିଛନ୍ତି। ଏଥିପାଇଁ ୪୦ କୋଟି ବିନିଯୋଗ କରିବାର ପ୍ରସ୍ତାବ ରହିଛି। ସେଥିମଧ୍ୟରୁ ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷରେ ଏହି ପାର୍କ ନିମନ୍ତେ ୧୦କୋଟି ମଞ୍ଜୁର କରିଛନ୍ତି। ଏବେ ସେଠାରେ ଏକ ଫୁଡ୍‌ ପାର୍କ ପ୍ରତିଷ୍ଠା ଲାଗି ସରକାର ପଦକ୍ଷେପ ନେଇଛନ୍ତି।
ସେଥିରେ ୫୦ କୋଟି ବିନିଯୋଗ ପାଇଁ ପ୍ରସ୍ତାବ ରହିଛି। ଏହା ଯେତେ ଶୀଘ୍ର କରାଯାଇ ପାରିବ ସେଥିପାଇଁ ଆନୁସଙ୍ଗିକ ପଦକ୍ଷେପ ନେବାକୁ ସମୀକ୍ଷା ବୈଠକରେ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ତେବେ ଏହା ପୂର୍ଣ୍ଣାଙ୍ଗ ହେବାକୁ ଦେଢରୁ ଦୁଇ ବର୍ଷ ସମୟ ଲାଗିବ ବୋଲି ପ୍ରାରମ୍ଭିକ ଆକଳନରୁ ଜଣାପଡ଼ିଛି। ତେବେ ଏହି ବହୁ ପ୍ରତୀକ୍ଷିତ ଏମ୍‌ଏସ୍‌ଏମ୍‌ଇ ପାର୍କ ପ୍ରତିଷ୍ଠା ହେଲେ ସ୍ଥାନୀୟ ଯୁବତୀ, ଯୁବକଙ୍କ ନିମନ୍ତେ କର୍ମସଂସ୍ଥାନର ସୁଯୋଗ ସୃଷ୍ଟି ହେବା ସହ କଳାହାଣ୍ଡି ଜିଲା ଶିଳ୍ପ ସମୃଦ୍ଧି ଦିଗରେ ଆଉ ଦୁଇ ପାଦ ଆଗେଇ ଯିବ ବୋଲି ମନ୍ତ୍ରୀ ଆଶା ପ୍ରକଟ କରିଛନ୍ତି। ଏହି ବୈଠକରେ ନିର୍ବାହୀଯନ୍ତ୍ରୀ ଭକ୍ତ କବି ଦାସ, ମୁଖ୍ୟ ସାଧାରଣ ପ୍ରବନ୍ଧକ, ଏମ୍‌ଏସ୍‌ଏମ୍‌ଇର କୁଶଧର ମହାନ୍ତ, ଅତିରିକ୍ତ ନିର୍ଦ୍ଦେଶକ ଦିଲୀପ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri