କେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳି

କେସିଙ୍ଗା,୩।୯(ଡି.ଏନ୍‌.ଏ.): ନୂଆଖାଇକୁ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ। ଇଷ୍ଟଦେବୀ ମା’ ସମଲେଇଙ୍କ ନିକଟରେ ମଙ୍ଗଳବାର ସକାଳ ୧୦ଟାରୁ ପୂଜା ଆରମ୍ଭ ହୋଇ ନବାନ୍ନ ଲାଗି ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବାଲସି ଗ୍ରାମର ଗ୍ରାମଦେବତା କନ୍ଦାଡ଼ୁଙ୍ଗରଙ୍କ ନିକଟରେ ଛେଳି, କୁକୁଡ଼ା ଆଦିଙ୍କୁ ବଳି ଦିଆଯାଇଛି। ଗ୍ରାମର ଜାନୀ ଘରେ ଥିବା ଧରଣୀ ମନ୍ଦିରରେ ନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ସମ୍ପୂର୍ଣ୍ଣ ହୋଇଛି। ସେହିଭଳି ଗ୍ରାମର ଶ୍ରୀଜଗନ୍ନାଥ ମନ୍ଦିରରେ ନୀତିକାନ୍ତି ପରେ ଗ୍ରାମର ଜାନୀ ଘରେ ପ୍ରଥମେ ନୂଆ ଖାଇଥିଲେ। ଏହାପରେ ବାଲସି ଗ୍ରାମ ସହ କେସିଙ୍ଗା ବ୍ଲକର ୨୬ଟି ଗ୍ରାମପଞ୍ଚାୟତରେ ନୂଆଖାଇ ଶେଷ ହୋଇଛି।

ପରମ୍ପରାନୁଯାୟୀ, ପ୍ରତ୍ୟେକଲୋକେ ନୂଆ ଧାନର ଚୂଡ଼ା ଖାଇବା ପରେ ନୂତନ ବସ୍ତ୍ର, ଅଳଙ୍କାର ଆଦି ପିନ୍ଧିଥାନ୍ତି। ଏହା ତିନି ଦିନ ଧରି ପାଳନ ହୋଇଥାଏ। ପ୍ରତ୍ୟେକ ଘରେ ପିଠା,ଖିରି, ମାଛ, ମାଂସ ଆଦିର ଆସର ଜମେ। ନାଚଗୀତର ତାଳେତାଳେ ଅଞ୍ଚଳବାସୀ ଦିନଟିକୁ କାଟିଥାନ୍ତି। ଅପରାହ୍ନରେ ନୂଆ ଖାଇ ସରିବା ପରେ ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କଠାରୁ ଆଶିର୍ବାଦ ନେଇଥାନ୍ତି। ସଂନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri