କେସିଙ୍ଗା ଏନ୍‌ଏସିରେ ଶୁଖିଲା ଖାଦ୍ୟ ବଣ୍ଟନ କଲା ମାନବ ସେବା ଟ୍ରଷ୍ଟ

କେସିଙ୍ଗା,୧୫।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ୬ ନଂ. ୱାର୍ଡରେ ମାନବ ସେବା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବୁଧବାର ବଣ୍ଟନ କରାଯାଇଛି। ସମ୍ପୂର୍ଣ୍ଣ ଦେଶ ଲକ୍‌ଡାଉନ୍‌ରେ ଥିବାବେଳେ ସହରର ସାହି ବସ୍ତିରେ ରହୁଥିବା ଗରିବ ତଥା ଶ୍ରମିକଶ୍ରେଣୀୟ ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। କାମ ଅଭାବରୁ ନିଜର ପେଟପାଟଣା ପାଇଁ ସେମାନଙ୍କୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଭଳି ଏକ ଦୁର୍ଦ୍ଦିନ ସମୟରେ କେସିଙ୍ଗା ସହରରେ ସାଧାରଣ ଲୋକଙ୍କୁ ସହାୟତାର ହାତ ବେଇଛି ମାନବ ସେବା ଟ୍ରଷ୍ଟ। ପ୍ରତିଦିନ ସହରର ବିଭିନ୍ନ ୱାର୍ଡରେ ୨୦୦ରୁ ୩୦୦ ପରିବାରଙ୍କୁ ଶୁଖିଲା ଖାଦ୍ୟ ଯୋଗାଇ ମହନୀୟତାର ଟ୍ରଷ୍ଟ ପରିଚୟ ଦେଇଆସୁଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନରେ ଅନୁପ୍ରାଣିତ ହୋଇ ଗତ ୨୫ମାର୍ଚ୍ଚରୁ ନିରବଛିନ୍ନ ଭାବେ ଏହି ବଣ୍ଟନ କାର୍ଯ୍ୟ ଜାରି ରହିଛି। ଉକ୍ତ ୱାର୍ଡରେ ବୁଧବାର ଆୟୋଜିତ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଟ୍ରଷ୍ଟର ଉପଦେଷ୍ଟା ତଥା ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ନିଆଲ, ସଭାପତି ସଚିନ ଜୈନ, ଫିଲ୍ମ ତାରକା ସୁମନ ପ୍ରିୟା, ଯୁବନେତା ପ୍ରଦୀପ ଦାସ, ସିଲୁ ପରିଡା, ରଞ୍ଜନ ବେହେରା, ପିଣ୍ଟୁ ଅଗ୍ରୱାଲ ପ୍ରମୁଖ ସାମିଲ ହୋଇଥିଲେ। ପ୍ରତିଟି ଘରଘର ବୁଲି ନିଆଲ ଗରିବ ଲୋକଙ୍କୁ ସଚେତନ କରେଇବା ସହ ସାମାଜିକ ଦୂରତା ନିୟମ ରକ୍ଷା କରି ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ନିରନ୍ତର ଚାଲିଥିବା ଏହି ସେବା ଲକ୍‌ଡାଉନ ଅବଧି ଶେଷ ପର୍ଯ୍ୟନ୍ତ ଜାରି ରହିବ ବୋଲି ସଭାପତି ସଚିନ ଜୈନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri