କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି ଅସମତୁଲତା ଦୂର କରିବା ପାଇଁ ଶିକ୍ଷା ବିଭାଗ ଆବଶ୍ୟକତା ଅନୁଯାୟୀ ଶିକ୍ଷକଙ୍କୁ ଡେପୁଟେସନରେ ପଠାଉଛି।

କିଛିଦିନ ତଳେ ଦେଣ୍ଡୋଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଜଣେ ଶିକ୍ଷୟିତ୍ରୀଙ୍କୁ ଜିଲାଶିକ୍ଷା ଅଧକାରୀଙ୍କ ନିର୍ଦ୍ଦେଶକ୍ରମେ କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧକାରୀ କେସିଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଜଣେ ଶିକ୍ଷୟିତ୍ରୀଙ୍କୁ ମେଡ଼ିକାଲ ସମସ୍ୟା ରହିଥିବାରୁ ଡେପୁଟେସନ ପଠାଯାଇଛି। କେସିଙ୍ଗା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ଧରି ଖପର ଘରେ ଶିକ୍ଷାଦାନ ଚାଲୁଥିଲା। ଏନେଇ ବିଭିନ୍ନ ସମୟରେ ଖବରକାଗଜରେ ଖବର ପ୍ରକାଶ ପାଇବା ପରେ ଓଡ଼ିଶା ସରକାରଙ୍କ ସ୍ପେସିଆଳ ଫଣ୍ଡରୁ ୯୪ ଲକ୍ଷ ବ୍ୟୟ ଅଟକଳରେ ନୂତନ ବିଦ୍ୟାଳୟ ଗୃହ ନିର୍ମାଣ କରାଯାଇଛି। ବ୍ଲକ ଓ ଜିଲା ଶିକ୍ଷା ଅଧିକାରୀଙ୍କ ମିଳିତ ଉଦ୍ୟମରେ ବିଦ୍ୟାଳୟକୁ ଚୟନ କରାଯାଇ ଗୁଣାତ୍ମକ ଶିକ୍ଷା ପାଇଁ ଆବଶ୍ୟକତାନୁଯାୟୀ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ବ୍ୟବସ୍ଥା କରାଯାଇଛି।

କେସିଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନୂତନ ଗୃହ ନିର୍ମାଣ ସହ ଗୁଣାତ୍ମକ ଶିକ୍ଷା ପାଇଁ ଆବଶ୍ୟକ ଶିକ୍ଷକ ନିଯୁକ୍ତି ବ୍ୟବସ୍ଥା କରାଯାଇଛି। ତେବେ କିଛି ବ୍ୟକ୍ତି ଶିକ୍ଷା ବିଭାଗର ପଦକ୍ଷେପକୁ ବିରୋଧ କରି ଗ୍ରାମବାସୀଙ୍କୁ ପ୍ରରୋଚିତ କରୁଥିବା ଏବଂ ସ୍କୁଲରେ ତାଲା ପକାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି।

ଏହା ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ବାଧା ସୃଷ୍ଟି କରୁଥିବାରୁ ବୁଦ୍ଧିଜୀବୀ ମହଲରେ ଚିନ୍ତା ପ୍ରକାଶ ପାଇଛି। କେସିଙ୍ଗା ବିଇଓ ଆନନ୍ଦ କୁମାର ବେହେରା କହିଛନ୍ତି, ଆମ ଶିକ୍ଷା ବିଭାଗ ଉପରେ କିଛି ଅସାମାଜିକ ବ୍ୟକ୍ତି ଶିକ୍ଷାଦାନ କ୍ଷେତ୍ରରେ ବାଧା ସୃଷ୍ଟି କରୁଛନ୍ତି। ଆଗାମୀ ଦିନରେ ଯଦି ଏମିତି ବାଧା ସୃଷ୍ଟି ହୁଏ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri