କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ

କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ ଗାନ ସମୟରେ ବ୍ଲକ କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା କରିବାସହ ମୁହଁରେ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ସେହିପରି କଳାହାଣ୍ଡି ଜିଲାପାଳ ଡ. ଗାଭାଳି ପରାଗ ହର୍ଷଦଙ୍କ ନିର୍ଦ୍ଦେଶକ୍ରମେ କେସିଙ୍ଗା ବ୍ଲକ ଓ ଏନ୍‌ଏସି ପରିସରରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା।