କେହି ଶୁଣୁ ନାହାନ୍ତି ଦୁଃଖ: ପାଣି ପାଇଁ ଲୋକେ ଡହଳବିକଳ

ଟିକିରି, ୧୯ା୩ (ଡି.ଏନ୍‌.ଏ.) ରାୟଗଡ଼ା ଜିଲା କାଶୀପୁର ବ୍ଲକ କୁଚେଇପଦର ପଞ୍ଚାୟତରେ ରହିଛି ଆଦିବାସୀ ସାହି। ଏହି ସାହିରେ ଥିବା ପାନୀୟ ଜଳ ପ୍ରକଳ୍ପ ୬ ମାସ ହେଲା ଅଚଳ ହୋଇ ପଡ଼ି ରହିଛି। ଫଳରେ ଲୋକେ ପାଣି ପାଇଁ ଡ଼ହଳ ବିକଳ ହେଉଛନ୍ତି। ଏନେଇ ବାରମ୍ବାର ଜଣାଇଲେ ମଧ୍ୟ କେହି ଶୁଣୁ ନ ଥିବା ଗ୍ରାମବାସୀ କହିଛନ୍ତି। ଯଦି ତୁରନ୍ତ ଏହାର କୌଣସି ସମାଧାନ କରା ନ ଯାଏ, ତାହାହେଲେ ରାସ୍ତାକୁ ଓହ୍ଲାଇବୁ ବୋଲି ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ଉକ୍ତ ସାହିରେ ୫ ଶହରୁ ଊର୍ଦ୍ଧ୍ୱ ଲୋକ ବସବାସ କରନ୍ତି। ଗ୍ରାମରେ ପାନୀୟ ଜଳ ସମସ୍ୟା ନେଇ ସାହି ନିକଟରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା।ହେଲେ ତାହା ୬ ମାସ ହେଲାଣି ଅଚଳ ହୋଇ ପଡ଼ି ରହିଛି। ସାହିବାସିନ୍ଦା ଏନେଇ ଜଣାଇଲେ ମଧ୍ୟ କେହି ସେମାନଙ୍କ ଦୁଃଖ ଶୁଣୁ ନାହାନ୍ତି। ପ୍ରତ୍ୟେକ ସାହିରେ ଦୁଇରୁ ତିନୋଟି ଲେଖାଏଁ ଷ୍ଟାଣ୍ଡପୋଷ୍ଟ ରହିଛି। ସେଥିରୁ ଆବଶ୍ୟକ ମୁତାବକ ପାଣି ମିଳୁ ନ ଥିବାରୁ ଗ୍ରାମବାସୀ ବାଧ୍ୟ ହୋଇ ଝରଣା ପାଣି ଉପରେ ନିର୍ଭର କରୁଛନ୍ତି। ସେହିପରି ସାହିରେ ଥିବା ନଳକୂପର ଜଳସ୍ତର ଦିନକୁ ଦିନ କମୁଥିବାରୁ ସେଥିରୁ ପାଣି ବାହାରୁ ନ ଥିବା ଜଣାଯାଇଛି। ଜଳପ୍ରକଳ୍ପ ଅଚଳ ନେଇ କୁଚେଇପଦର ସରପଞ୍ଚ ରାଧାନାଥ ସାଉଁନ୍ତାଙ୍କୁ ପଚାରିବାରୁ, ଓଭରହେଡ୍‌ ପାଣି ଟାଙ୍କି ନିର୍ମାଣ କାମ ଚାଲିଛି। ସେଥିଲାଗି ଜଳ ଯୋଗାଣ ବନ୍ଦ ରହିଛି। କାମ ସାରିବାକୁ ଆଉ ୨ ମାସ ଲାଗିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri