Posted inଜାତୀୟ

କେ. ପରାଶରନ୍‌ ହେବେ ରାମମନ୍ଦିର ଟ୍ରଷ୍ଟ ମୁଖ୍ୟ

ନୂଆଦିଲ୍ଲୀ/ଲକ୍ଷ୍ନୌ,୬ା୨: ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ବିବାଦ ମାମଲାରେ ହିନ୍ଦୁ ପକ୍ଷର ପ୍ରତିନିଧିତ୍ୱ କରିଥିବା ସୁପ୍ରିମକୋର୍ଟର ବରିଷ୍ଠ ଆଇନଜୀବୀ କେ. ପରାଶରନ୍‌ (୯୨) ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେବାକୁ ଯାଉଥିବା ଟ୍ରଷ୍ଟର ମୁଖ୍ୟ ହେବେ ବୋଲି ଜଣାପଡିଛି। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଗଠନ ନେଇ ବୁଧବାର ସକାଳେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଏହାର କାର୍ଯ୍ୟାଳୟ ଦକ୍ଷିଣ ଦିଲ୍ଲୀର ଗ୍ରେଟର କୈଳାସ-୧ରେ ଥିବା ପରାଶରନଙ୍କ ବାସଭବନରେ ଚାଲିବ। ଗତବର୍ଷ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦ ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ ବିବାଦୀୟ ସ୍ଥଳରେ ରାମମନ୍ଦିର ନିର୍ମାଣ ଓ ଅନ୍ୟତ୍ର ମସ୍‌ଜିଦ ନିର୍ମାଣ ଲାଗି ସୁନ୍ନୀ ଓ୍ବାକଫ୍‌ ବୋର୍ଡକୁ ୫ ଏକର ଜମି ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ। ହିନ୍ଦୁ ପକ୍ଷର ବିଜୟ ହେବାରେ ପରାଶରନଙ୍କର ବଡ଼ ଅବଦାନ ଥିଲା। ରାୟ ପ୍ରକାଶ ପାଇବା ପରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ଦୁଇ ଶୀର୍ଷ ନେତା ମୋହନ ଭାଗବତ ଓ ସୁରେଶ ଭୟାଜୀ ଜୋଷୀ ପରାଶରନଙ୍କୁ ଧନ୍ୟବାଦ ଜଣାଇବା ପାଇଁ ତାଙ୍କ ଘରକୁ ଯାଇଥିଲେ।
ଟ୍ରଷ୍ଟରେ କେଉଁମାନେ ସଦସ୍ୟ ରହିବେ ଯଦିଓ ସରକାରୀ ଭାବେ ଘୋଷଣା କରାଯାଇନାହିଁ ତେବେ ଏଥିରେ ଦୁଇଜଣ ବରିଷ୍ଠ ସରକାରୀ ଅଧିକାରୀ ରହିବେ। ଅଯୋଧ୍ୟା ଜିଲାପାଳ ଟ୍ରଷ୍ଟର ସଂଯୋଜକ ରହିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡିଛି। ଅନ୍ୟମାନଙ୍କ ମଧ୍ୟରେ ଜ୍ୟୋତିପୀଠ ଶଙ୍କରାଚାର୍ଯ୍ୟ ଖ୍ୟାତନାମା ସନ୍ଥ ସ୍ବାମୀ ବାସୁଦେବାନନ୍ଦ ସରସ୍ବତୀ, ମାଙ୍ଗାଲୁରୁ ପୀଜାଓ୍ବର ମଠର ବିଶ୍ୱ ତୀର୍ଥ, ପୁଣେ ବେଦ ବିଦ୍ୟା ପ୍ରତିଷ୍ଠାନର ସ୍ବାମୀ ଗୋବିନ୍ଦ ଦେବ ଗିରି ମହାରାଜ, ହରିଦ୍ୱାରର ଯୁଗପୁରୁଷ ସ୍ବାମୀ ପରମାନନ୍ଦ, ନିର୍ମୋହୀ ଆଖଡା ମହନ୍ତ ସ୍ବାମୀ ଦିନେନ୍ଦ୍ର ନାଥ, ବିମଳେନ୍ଦ୍ର ମୋହନ ପ୍ରତାପ ମିଶ୍ରା, ଡ. ଅନିଲ ମିଶ୍ରା (ଅଯୋଧ୍ୟା) ଏବଂ ଡ. କମଳେଶ୍ୱର ଚୌପାଲ (ପାଟନା) ସଦସ୍ୟ ରହିବେ ବୋଲି ବିଶ୍ୱ ହିନ୍ଦୁ ପରିଷଦ ସୂତ୍ରରୁ ଜାଣିବାକୁ ମିଳିଛି। ଏହାବ୍ୟତୀତ ୬ ଜଣ ମନୋନୀତ ସଦସ୍ୟ ରହିବେ। ସେମାନଙ୍କୁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ଚୟନ କରାଯିବ। ଅଯୋଧ୍ୟା ଆନ୍ଦୋଳନ ସହ ସକ୍ରିୟ ଭାବେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ଟ୍ରଷ୍ଟରେ ନିଆଯିବ ବୋଲି ଭିଏଚ୍‌ପିର ଜଣେ ବରିଷ୍ଠ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri