କୋକସରା ବ୍ଲକରେ ଅଭିଯୋଗ ଜନଶୁଣାଣି: ସ୍କୁଲ ପରିଦର୍ଶନ, ପିଲାଙ୍କୁ ପାଠପଢ଼ାଇଲେ ଜିଲାପାଳ

କୋକସରା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକଠାରେ ମଙ୍ଗଳବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ବସନ୍ତ କୁମାର ସେଠୀ ଓ ବ୍ଲକ ଅଧ୍ୟକ୍ଷା ସବ୍ୟାରାନୀ ବାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଜନ ଶୁଣାଣି ଶିବିରରେ ୨୨ଟି ପଞ୍ଚାୟତରୁ ଶତାଧିକ ହିତାଧିକାରୀମାନେ ଯୋଗଦେଇ ନିଜର ଅଭିଯୋଗ ଓ ସମସ୍ୟା ଲିଖିତ ଭାବେ ଜଣାଇଥିଲେ। କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପାରାଗ ହର୍ଷଦ, ଧର୍ମଗଡ଼ ଉପଜିଲାପାଳ ଡ. ପଦ୍ମନାଭ ବେହେରା, ପିଡି ଡିଆରଡିଏ ଜ୍ଞାନରଞ୍ଜନ ଭଞ୍ଜଦେଓ, ଜିଲା ମୁଖ୍ୟଚିକିତ୍ସା ଅଧିକାରୀ ଡ. ବନଲତା ଦେବୀ ଯୋଗଦେଇଥିଲେ। ଆବାସ ଯୋଜନ, ଭତ୍ତା ଯୋଜନା, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ରେଡକ୍ରସ ଯୋଜନାରେ ହିତାଧିକାରୀମାନଙ୍କୁ ସହାୟତା ଯୋଗାଇ ଦିଆଯାଇଥିଲା। ଏହି ଅବସରରେ କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ଟେମରା ସମିତି ସଭ୍ୟ ରାଜେନ୍ଦ୍ର ନାଏକ, ଆମପାଣି ସମିତି ସଭ୍ୟା ମାଧୁରୀ ନାଏକ ନିଜ ପଞ୍ଚାୟତର ସମସ୍ୟା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ବ୍ୟତୀତ କଳାହାଣ୍ଡି ଜିଲାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଉଚ୍ଚପଦସ୍ତ କର୍ମଚାରୀମାନେ ଉପସ୍ଥିତ ରହି ବିଭାଗରେ କାର୍ଯ୍ୟକାରୀ ହୋଇଥିବା କାର୍ଯ୍ୟ ବିବରଣୀ ଦେଇଥିଲେ। ପରେ ଜିଲାପାଳ କୋକସରା ବଙ୍ଗୋମୁଣ୍ଡାଠାରେ ଥିବା ଆଦର୍ଶ ବିଦ୍ୟାଳୟର ନୂତନ ନିର୍ମାଣ ଛାତ୍ରୀନିବାସ ପରିଦର୍ଶନ କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ ଧର୍ମଗଡ ନିର୍ବାହୀ ଯନ୍ତ୍ରୀ ଶିବ କେତନ ରାଉତରାୟ ଓ କନିଷ୍ଠ ଯନ୍ତ୍ରି ଆଶିଷ କୁମାର ସେଠୀଙ୍କୁ ଶୀଘ୍ର ଭିତ୍ତିଭୂମୀ ସଜାଡିବା ସହ ଛାତ୍ରୀନିବାସ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଆମପାଣିଠାରେ ଥିବା ଜନଜାତି ଆବାସିକ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ । ବିଦ୍ୟାଳୟ ଭିତ୍ତିଭୂମୀ ତଦାରଖ କରିବା ସହ ବୁଢାରଜା ନୋଡାଲ ହାଇସ୍କୁଲକୁ ଯାଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇଥିଲେ। ସେମାନଙ୍କ ବୌଦ୍ଧିକ ଜ୍ଞାନର ପରୀକ୍ଷା କରିବା ସହ ପାଠ ପଢି ଭଲ ମଣିଷଟିଏ ହେବାକୁ ପରାମର୍ଶ ଦେଇଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ କୋକସରା ବିଡିଓ ସେଠୀ, ସହକାରୀ ଯନ୍ତ୍ରି ତିଲୋତ୍ତମା ମାଝି, ଅତିରିକ୍ତ ଶିକ୍ଷା ଅଧିକାରୀ ତୋଫାନ ମାଝି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri