କୋକସରା ବ୍ଲକରେ ଅଭିଯୋଗ ଜନଶୁଣାଣି: ସ୍କୁଲ ପରିଦର୍ଶନ, ପିଲାଙ୍କୁ ପାଠପଢ଼ାଇଲେ ଜିଲାପାଳ

କୋକସରା,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକଠାରେ ମଙ୍ଗଳବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ବସନ୍ତ କୁମାର ସେଠୀ ଓ ବ୍ଲକ ଅଧ୍ୟକ୍ଷା ସବ୍ୟାରାନୀ ବାଗଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଜନ ଶୁଣାଣି ଶିବିରରେ ୨୨ଟି ପଞ୍ଚାୟତରୁ ଶତାଧିକ ହିତାଧିକାରୀମାନେ ଯୋଗଦେଇ ନିଜର ଅଭିଯୋଗ ଓ ସମସ୍ୟା ଲିଖିତ ଭାବେ ଜଣାଇଥିଲେ। କଳାହାଣ୍ଡି ଜିଲାପାଳ ଡ. ଗାଭାଲି ପାରାଗ ହର୍ଷଦ, ଧର୍ମଗଡ଼ ଉପଜିଲାପାଳ ଡ. ପଦ୍ମନାଭ ବେହେରା, ପିଡି ଡିଆରଡିଏ ଜ୍ଞାନରଞ୍ଜନ ଭଞ୍ଜଦେଓ, ଜିଲା ମୁଖ୍ୟଚିକିତ୍ସା ଅଧିକାରୀ ଡ. ବନଲତା ଦେବୀ ଯୋଗଦେଇଥିଲେ। ଆବାସ ଯୋଜନ, ଭତ୍ତା ଯୋଜନା, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ଓ ରେଡକ୍ରସ ଯୋଜନାରେ ହିତାଧିକାରୀମାନଙ୍କୁ ସହାୟତା ଯୋଗାଇ ଦିଆଯାଇଥିଲା। ଏହି ଅବସରରେ କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ଟେମରା ସମିତି ସଭ୍ୟ ରାଜେନ୍ଦ୍ର ନାଏକ, ଆମପାଣି ସମିତି ସଭ୍ୟା ମାଧୁରୀ ନାଏକ ନିଜ ପଞ୍ଚାୟତର ସମସ୍ୟା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ବ୍ୟତୀତ କଳାହାଣ୍ଡି ଜିଲାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଉଚ୍ଚପଦସ୍ତ କର୍ମଚାରୀମାନେ ଉପସ୍ଥିତ ରହି ବିଭାଗରେ କାର୍ଯ୍ୟକାରୀ ହୋଇଥିବା କାର୍ଯ୍ୟ ବିବରଣୀ ଦେଇଥିଲେ। ପରେ ଜିଲାପାଳ କୋକସରା ବଙ୍ଗୋମୁଣ୍ଡାଠାରେ ଥିବା ଆଦର୍ଶ ବିଦ୍ୟାଳୟର ନୂତନ ନିର୍ମାଣ ଛାତ୍ରୀନିବାସ ପରିଦର୍ଶନ କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ ଧର୍ମଗଡ ନିର୍ବାହୀ ଯନ୍ତ୍ରୀ ଶିବ କେତନ ରାଉତରାୟ ଓ କନିଷ୍ଠ ଯନ୍ତ୍ରି ଆଶିଷ କୁମାର ସେଠୀଙ୍କୁ ଶୀଘ୍ର ଭିତ୍ତିଭୂମୀ ସଜାଡିବା ସହ ଛାତ୍ରୀନିବାସ କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଆମପାଣିଠାରେ ଥିବା ଜନଜାତି ଆବାସିକ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ । ବିଦ୍ୟାଳୟ ଭିତ୍ତିଭୂମୀ ତଦାରଖ କରିବା ସହ ବୁଢାରଜା ନୋଡାଲ ହାଇସ୍କୁଲକୁ ଯାଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇଥିଲେ। ସେମାନଙ୍କ ବୌଦ୍ଧିକ ଜ୍ଞାନର ପରୀକ୍ଷା କରିବା ସହ ପାଠ ପଢି ଭଲ ମଣିଷଟିଏ ହେବାକୁ ପରାମର୍ଶ ଦେଇଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ କୋକସରା ବିଡିଓ ସେଠୀ, ସହକାରୀ ଯନ୍ତ୍ରି ତିଲୋତ୍ତମା ମାଝି, ଅତିରିକ୍ତ ଶିକ୍ଷା ଅଧିକାରୀ ତୋଫାନ ମାଝି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri