Posted inଜାତୀୟ

କୋକେରନାଗ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୨୮।୫: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲା କୋକେରନାଗ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସ୍ଥାନୀୟ କଚଓ୍ବାନ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୬୪ ବାଟାଲିୟନ୍‌ ଏବଂ ଏସ୍‌ଓଜି ଯବାନ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri