Categories: ଜାତୀୟ

କୋକେରନାଗ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୨୮।୫: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲା କୋକେରନାଗ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସ୍ଥାନୀୟ କଚଓ୍ବାନ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୬୪ ବାଟାଲିୟନ୍‌ ଏବଂ ଏସ୍‌ଓଜି ଯବାନ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଥିବା କୁହାଯାଉଛି।

Share