କୋଚିଂ ସେଣ୍ଟରରେ ଅଗ୍ନିଶମ ଅଧିକାରୀ

ଅନୁଗୋଳ ଅଫିସ, ୧୩।୬- ଅନୁଗୋଳ ସହରର ବିଭିନ୍ନ କୋଚିଂ ସେଣ୍ଟରଗୁଡ଼ିକରେ ବୁଧବାର ଅଗ୍ନିଶମ ଅଧିକାରୀମାନେ ସଦଳବଳ ପହଞ୍ଚତ୍ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ଅନୁଗୋଳର ୬ଟି ଓ ନାଲ୍‌କୋରେ ୨ଟି କୋଚିଂ ସେଣ୍ଟରରେ ୮ଟି ଟିମ୍‌ ସକାଳେ ପହଞ୍ଚତ୍ଥିଲେ। ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଯାଞ୍ଚ ପରେ ଅଗ୍ନିକାଣ୍ଡର କାରଣ ଓ ଏଥିରୁ ସୁରକ୍ଷିତ ଭାବେ ବର୍ତ୍ତିବା ଦିଗରେ ଛାତ୍ରୀଛାତ୍ର ଓ କୋଚିଂ ସେଣ୍ଟର ମାଲିକଙ୍କୁ ସଚେତନ କରାଇଥିଲେ। ସହରର ପ୍ରାୟ ୧୫ଟି କୋଚିଂ ସେଣ୍ଟରରେ ଏହି ବ୍ୟବସ୍ଥା ନ ଥିବାରୁ ଏହାର ମାଲିକଙ୍କୁ ନୋଟିସ୍‌ ଜାରି କରାଯାଇଥିବା ଜଣାପଡିଛି। ଏଥିସହ ଅଗ୍ନିନିରାପତ୍ତା ବ୍ୟବସ୍ଥା କରିବା ପାଇଁ ସ୍ଥାନୀୟ ଅଗ୍ନିଶମ କେନ୍ଦ୍ରରେ ଆବେଦନ କରିବାକୁ ଅଧିକାରୀମାନେ ପରାମର୍ଶ ଦେଇଛନ୍ତି।
ନିକଟରେ ଗୁଜରାଟର ସୁରଟସ୍ଥିତ କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିବା ପରେ ଓଡ଼ିଶା ଅଗ୍ନିଶମ ବିଭାଗରେ ତତ୍ପରତା ପ୍ରକାଶ ପାଇଛି। ସହରରେ ଥିବା କୋଚିଂ ସେଣ୍ଟରରେ ଚଢ଼ାଉ ପରେ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ସହ ଏବଂ ଆବାସିକ ପ୍ରତିଷ୍ଠାନଗୁଡିକରେ ମଧ୍ୟ ଚଢ଼ାଉ ହୋଇଥିଲା। ଅଗ୍ନିକାଣ୍ଡ ସମୟରେ ଭୟଭୀତ ନ ହୋଇ କିପରି ନିଜେ ସୁରକ୍ଷିତ ଭାବେ ମୁକୁଳିବା ସହ ଅନ୍ୟକୁ ସହଯୋଗ କରିହେବ ସେ ବାବଦରେ ବିଭିନ୍ନ କୌଶଳ ବିଭାଗୀୟ କର୍ମଚାରୀମାନେ ପ୍ରଦର୍ଶନ କରିଥିଲେ। ସେହିପରି ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପ୍ରକାର ତାଲିମ୍‌ ପ୍ରଦାନ କରାଯାଇଥିବା ଅନୁଗୋଳ ସର୍କଲ ଡେପୁଟି ଅଗ୍ନିଶମ ଅଧିକାରୀ ଚକ୍ରମୋହନ ରାଉତରାୟ ସୂଚନା ପ୍ରଦାନ କରିଛନ୍ତି। ଏଥିସହ କୋଚିଂ ସେଣ୍ଟରରେ କୌଣସି ବଡ଼ ଅଘଟଣ ଘଟିଲେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରିବାକୁ ବ୍ୟବସ୍ଥା ଅଛି କି ନାହିଁ ତାହାର ମଧ୍ୟ ଯାଞ୍ଚ କରାଯାଇଥିଲା। ଅଗ୍ନି ନିରାପତ୍ତା ପାଇଁ ଆବେଦନ କରିବା ପରେ ବିଭାଗ ପକ୍ଷରୁ ସମ୍ପୃକ୍ତ କୋଚିଂ ସେଣ୍ଟରକୁ ପ୍ରମାଣପତ୍ର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି। ଏହା ନ କଲେ ସମ୍ପୃକ୍ତ କୋଚିଂ ସେଣ୍ଟର ତଥା ଘର ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଉତରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri