କୋଚିଂ ସେଣ୍ଟରରେ ଚଢ଼ାଉ

ବାରିପଦା ଅଫିସ,୧୧ା୬- କରୋନା ସଂକ୍ରମଣ ରୋକିବା ପାଇଁ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କର୍ଫ୍ୟୁ କଟକଣା ଜାରି କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରି ମୟୂରଭଞ୍ଜ ଜିଲା ବାରିପଦା ସହରର ଦାରୋଗାଡାହିସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବୁଧବାର ରାତି ୭ଟା ପରେ ଅଭିଭାବକଙ୍କ ବୈଠକ ଚାଲିଥିତ୍ବା ଅଭିଯୋଗ ହୋଇଥିଲା। ଏନେଇ ଖବରପାଇ ଟାଉନଥାନା ପୋଲିସ କୋଚିଂ ସେଣ୍ଟରରେ ଚଢାଉ କରିଥିଲା। ସେଠାରେ ଉପସ୍ଥିତ ଥିବା ଶିକ୍ଷାନୁଷ୍ଠାନର ମାଲିକ, କେତେକ ଶିକ୍ଷକ ଓ ଅଭିଭାବକଙ୍କୁ ପୋଲିସ ଥାନାକୁ ନେଇ ପରେ ଛାଡ଼ି ଦେଇଥିଲା। ଏନେଇ ଟାଉନଥାନା ଅଧିକାରୀ ବୀରେନ୍ଦ୍ର ସେନାପତିଙ୍କୁ ପଚାରିବାରୁ କୋଚିଂ ସେଣ୍ଟରରେ ଚଢ଼ାଉ ଘଟଣାକୁ ସ୍ବୀକାର କରିଥିତ୍ବା ବେଳେ ସେଠାରେ ଅଭିଭାବକମାନେ ପହଞ୍ଚି ଶିକ୍ଷାନୁଷ୍ଠାନ ଚାଲୁକରିବା ସମ୍ପର୍କରେ ଆଲୋଚନା କରିବାକୁ ଆସିଥିବା ଜଣାପଡ଼ିବାରୁ ଏନେଇ କୌଣସି ମାମଲା ରୁଜୁ କରାଯାଇ ନ ଥିତ୍ବା କହିଛନ୍ତି। ତେବେ ରାତି ୭ଟା ପରେ ଅଭିଭାବକମାନେ କାହିଁକି ଆସିଥିଲେ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଘଟଣାର ରଫାଦଫା କରିବା ପାଇଁ ଉଦ୍ୟମ ଚାଲିଥିତ୍ବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri