କୋଚିଂ ସେଣ୍ଟର ଉପରେ ଚଢ଼ାଉ

କବିସୂର୍ଯ୍ୟନଗର,୨୩ା୫-କରୋନା ଯୋଗୁ ସରକାରଙ୍କ ତରଫରୁ ସ୍କୁଲ, କଲେଜ, କୋଚିଂ ସେଣ୍ଟର ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି। ମାତ୍ର ଇ-ଶିକ୍ଷାଦାନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ବୃଦ୍ଧ ଓ କୋମଳମତି ପିଲା ବାହାରକୁ ବାହାରିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିନ୍ତୁ ବହୁ କୋଚିଂ ସେଣ୍ଟର ଛୋଟ ପିଲାଙ୍କ ଭବିଷ୍ୟତ ନେଇ ଖେଳ ଖେଳୁଥିବା ବୁଦ୍ଧିଜୀବୀ ମହଲରେ ଅଭିଯୋଗ ହେଉଛି। ଅଭିଯୋଗକୁ ଭିତ୍ତିକରି ତହସିଲଦାର ପ୍ରକାଶ କୁମାର ମିଶ୍ର, ଷ୍ଟାଫ ଓ ପୋଲିସ କର୍ମଚାରୀ ପଥରା ଗ୍ରାମର ମୁଖ୍ୟ ରାସ୍ତାରେ ଚାଲୁଥିବା କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଥିଲେ। ଛାତ୍ରୀଛାତ୍ର ଓ ପଢ଼ାଉଥିବା ଶିକ୍ଷକ ପଛପଟ ଦେଇ ଫେରାର ହୋଇଯାଇଥିଲେ। ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ତାଗିଦ କରି ତହସିଲଦାର ମିଶ୍ର ଛାଡ଼ିଥିଲେ । ଏହାର ପୁରାନବୃତ୍ତି ଘଟିଲେ ଘର ସିଲ୍‌ ସହ ଦଣ୍ଡବିଧାନ କରାଯିବ ବୋଲି ଚେତାଇ ଦେଇଥିଲେ।
ପ୍ରକାଶ ଯେ, କବିସୂର୍ଯ୍ୟନଗର ଏନ୍‌ଏସିର ଧୋବା ସାହି, ଗୋପୀନାଥପାଟଣା, ମାଳିସାହି, ଦେଶୀବେହେରା ସାହି, ପାଟସିଲା ସାହି, ବ୍ଲକ ପଛ, ଗାୟତ୍ରୀ ମନ୍ଦିର ନିକଟରେ କୋଚିଂ ସେଣ୍ଟର ଚାଲିଥିବା ଅଭିଯୋଗ ହେଉଛି। ସେହିପରି ସିଆଳିଆ, ବଡ଼ଆଗୁଳ ଛକ, ବାଲ୍ୟସରା, ବରିଡ଼ା ଓ ଆଠଗଡ଼ ଆଦି ପଞ୍ଚାୟତଗୁଡ଼ିକରେ ଟ୍ୟୁଶନ ହେଉଥିବା ଦେଖିବାକୁ ମିଳିଛି। ଏ ଦିଗରେ ଜିଲାପାଳ ତୁରନ୍ତ ଦୃଷ୍ଟି ଦେଇ ପିଲାଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri