Posted inଖେଳ

କୋଟଲାରେ ଶୀଘ୍ର ହେବ କୋହଲି ଷ୍ଟାଣ୍ଡ

ନୂଆଦିଲ୍ଲୀ,୧୯ା୮(ପିଟି): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ଦିଲ୍ଲୀ ଡିଷ୍ଟ୍ରିକ୍‌ କ୍ରିକେଟ ଆସୋସିଏଶନ (ଡିଡିସିଏ) ତାଙ୍କୁ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଛି। ଫିରୋଜ ଶାହ କୋଟଲା ଷ୍ଟାଡିୟମ୍‌ରେ ଏକ ଷ୍ଟାଣ୍ଡ କୋହଲିଙ୍କ ନାମରେ ନାମିତ କରାଯିବ। ପୂର୍ବରୁ ଦିଲ୍ଲୀ ଖେଳାଳି ବିଶେନ ସିଂ ବେଦି ଓ ମହିନ୍ଦର ଅମରନାଥଙ୍କ ନାମରେ ଦୁଇଟି ଷ୍ଟାଣ୍ଡ ରହିଛି। କିନ୍ତୁ ଏହି ସମ୍ମାନ ସେମାନଙ୍କୁ ଅବସର ପରେ ମିଳିଥିଲା। ବିଶ୍ୱ କ୍ରିକେଟରେ କୋହଲିଙ୍କ ଅନେକ ଯୋଗଦାନ ରହିଛି। ଏହା ଡିଡିସିଏକୁ ଗର୍ବିତ କରିଛି। ଏଣୁ ଆମେ ତାଙ୍କୁ ସମ୍ମାନିତ କରିବୁ ବୋଲି ଡିଡିସିଏ ସଭାପତି ରଜତ ଶର୍ମା କହିଛନ୍ତି। ଦିଲ୍ଲୀ ଷ୍ଟାଡିୟମରେ ବୀରେନ୍ଦ୍ର ସେହ୍ବାଗ ଓ ପୂର୍ବତନ ମହିଳା କ୍ରିକେଟର ଅଞ୍ଜୁମ ଚୋପ୍ରାଙ୍କ ନାମରେ ଗେଟ୍‌ ରହିଛି। ଏହା ବ୍ୟତୀତ ରାଜ୍ୟ କ୍ରିକେଟ ବୋର୍ଡ ଭାରତୀୟ ଦଳର ସଦସ୍ୟଙ୍କୁ ସେପ୍ଟେମ୍ବର ୧୨ ତାରିଖରେ ଜବାହର ଲାଲ ନେହେରୁ ଷ୍ଟାଡିୟମଠାରେ ସମ୍ମାନିତ କରିବ। ‘ବିରାଟ କୋହଲି ଷ୍ଟାଣ୍ଡ’ ଦ୍ୱାରା ବହୁ ଯୁବ ଖେଳାଳି ଅନୁପ୍ରାଣିତ ହେବେ। ସେ କେବଳ ଏକମାତ୍ର ଦିଲ୍ଲୀ ଖେଳାଳି ଭାବେ ଖେଳୁ ନାହାନ୍ତି। ଦଳରେ ଓପନର ଶିଖର ଧାଓ୍ବନ, ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଓ ପେସର ଈଶାନ୍ତ ଶର୍ମା ମଧ୍ୟ ଖେଳୁଛନ୍ତି ବୋଲି ଡିଡିସିଏ ପକ୍ଷରୁ ସଭାପତି ଶର୍ମା ଖୁସି ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri