କୋଟାରୁ ଛାତ୍ର ଫେରିବା ଘଟଣା: ରାଜସ୍ଥାନକୁ ୩୬ଲକ୍ଷ ଟଙ୍କା ପ୍ରଦାନ କଲେ ଉତ୍ତରପ୍ରଦେଶ ସରକାର

ଲକ୍ଷ୍ନୌ, ୨୨।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜସ୍ଥାନ ସରାକରଙ୍କୁ ଟଙ୍କା ପ୍ରଦାନ କରିଛନ୍ତି। ରାଜସ୍ଥାନ ସରକାର ଉତ୍ତରପ୍ରଦେଶ ସରକାରଙ୍କୁ ୩୬,୩୬,୬୬୪ ଟଙ୍କାର ଏକ ବିଲ୍‌ ପଠାଇଥିଲେ। ଯାହାର ଦେୟ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କରୋନା ଲକ୍‌ଡାଉନ ସମୟରେ ରାଜସ୍ଥାନ କୋଟାରେ ଫସିଥିବା ଛାତ୍ରୀଛାତ୍ର ନିକଟରେ ନିଜ ରାଜ୍ୟକୁ ଫେରିିଥିଲେ। ରାଜସ୍ଥାନ ରାଜ୍ୟ ସଡ଼କ ପରିବହନ ନିଗମ ବସ୍‌ ଯୋଗେ ଉକ୍ତ ଛାତ୍ରୀଛାତ୍ର ଘରକୁ ଫେରିଥିଲେ। ସେମାନଙ୍କ ଫେରିବା ଲାଗି ରାଜସ୍ଥାନ ସରକାର ୭୦ଟି ବସ୍‌ର ବ୍ୟବସ୍ଥା କରିଥିବା ବେଳେ ଏଥିପାଇଁ ୩୬,୩୬,୬୬୪ ଖର୍ଚ୍ଚ ହୋଇଥିଲା। ଯାହା ପରବର୍ତ୍ତୀ ସମୟରେ ରାଜସ୍ଥାନ ସକରାର ଏହାର ଏକ ବିଲ୍‌ କରି ଉତ୍ତରପ୍ରଦେଶ ସରକାରଙ୍କୁ ପଠାଇଥିଲେ। କିନ୍ତୁ ରାଜସ୍ଥାନ ସରକାର ଯେତେବେଳେ ଛାତ୍ରଙ୍କୁ ଆଣିବା ପାଇଁ କୋଟାକୁ ବସ୍‌ ପଠାଇଥିଲେ, ସେହି ସମୟରେ ଡିଜେଲ ପାଇଁ ଉତ୍ତରପ୍ରଦେଶ ସରକାର ୧୯ଲକ୍ଷ ଟଙ୍କା ଦେଇଦେଇଥିଲେ। ଏହା ସତ୍ତ୍ୱେ ବି ରାଜସ୍ଥାନ ସରକାର ପୁଣି ଏକ ବିଲ୍‌ ପଠାଇଥିଲେ। ଯାହାର ଦେୟ ଯୋଗୀ ଆଦିତ୍ୟନାଥ ପ୍ରଦାନ କରିଛନ୍ତି। ଏହାକୁ ନେଇ ଏବେ ରାଜନୈତିକ ଉଷ୍ମତା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri