କୋଟାରୁ ଫେରିଲେ ୫୪ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୩।୫-କରୋନା ଲାଗି ସମଗ୍ର ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରାଯାଇଛି। ଏହି ସମୟରେ ବାହାରେ ରହିଯାଇଥିବା ଶ୍ରମିକ, ଛାତ୍ରୀଛାତ୍ର ଓ ତୀର୍ଥଯାତ୍ରୀମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରିବାକୁ କେନ୍ଦ୍ରସରକାର ଅନୁମତି ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜସ୍ଥାନ କୋଟା ସହରରେ ରହୁଥିବା ୫୪ ଛାତ୍ରୀଛାତ୍ର ଦୁଇଟି ବସ୍‌ ଯୋଗେ ରବିବାର ସନ୍ଧ୍ୟାରେ ବାଲେଶ୍ୱରରେ ପହଞ୍ଚିଛନ୍ତି। ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଓ ଏସ୍‌ପି ବି. ଯୁଗଳକିଶୋର କୁମାର ପହଞ୍ଚି ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ। ସମସ୍ତ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ୧୪ ଦିନ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶକ୍ରମେ ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଠାକୁର ରଞ୍ଜିତ ଦାସଙ୍କ ସଂଯୋଜନାରେ ଭାଜପା ଯୁବମୋର୍ଚ୍ଚାର କାର୍ଯ୍ୟକର୍ତ୍ତା ଉକ୍ତ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ଭୋଜନ, ବିଶ୍ରାମ ସହିତ ଆନୁଷଙ୍ଗିକ ବ୍ୟବସ୍ଥା ଉପଲବ୍ଧ କରାଇଥିଲେ। ରୋଜା ପାଳନ କରୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ପିଲାମାନେ ଫେରିବା ନେଇ ଅଭିଭାବକମାନଙ୍କର ଯେଉଁ ଆଶଙ୍କା ରହିଥିଲା ତାହାର ଅନ୍ତ ଘଟିଛି। ଏହାକୁ ଅଭିଭାବକଙ୍କ ପକ୍ଷରୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri