କୋଟାରୁ ଫେରୁଛନ୍ତି ସୁବର୍ଣ୍ଣପୁରର ୩୭ଛାତ୍ରୀଛାତ୍ର

ସୋନପୁର,୨।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ଜଣ ଛାତ୍ରୀଛାତ୍ର ଘରକୁ ପେରୁଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା ପରେ ଶନିବାର ମଧ୍ୟାହ୍ନ ୧୨ଟାରେ ୧୨ ଛାତ୍ରୀ ଓ ୨୫ ଛାତ୍ର ୨ଟି ବସ୍‌ ଯୋଗେ କୋଟାରୁ ବାହାରିଛନ୍ତି। ୨୫ଘଣ୍ଟାର ଯାତ୍ରା ପରେ ରବିବାର ସନ୍ଧ୍ୟା ସୁଦ୍ଧା ଛାତ୍ରୀଛାତ୍ର ସୁବର୍ଣ୍ଣପୁରରେ ପହଞ୍ଚତ୍ବେ ବୋଲି ସୂଚନା ମିଳିଛି। ଅଭିଭାବକମାନେ ନିଜ ଖର୍ଚ୍ଚରେ ସେମାନଙ୍କ ପିଲାମାନଙ୍କୁ ଆଣୁଛନ୍ତି । ପ୍ରକାଶ ଯେ, ଜିଲାର ୬ ଗୋଟି ବ୍ଲକର ୫୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗତ ୧ ବର୍ଷ ଧରି କୋଟାରେ ମେଡିକାଲ କୋଚିଂ ନେଉଥିଲେ। କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ହେବା ପରେ ସରକାରଙ୍କ କଟକଣା ଯୋଗୁଁ ମେଡିକାଲ କୋଚିଂ ବନ୍ଦ ହୋଇଥିଲା। ଛାତ୍ରାବାସରେ ଅନ୍ତେବାସୀଙ୍କୁ ଠିକ୍‌ ଭାବେ ଖାଇବାକୁ ମିଳି ନଥିଲା। ଏଥିପାଇଁ ଉତ୍ତରପ୍ରଦେଶ, ବିହାର, ଗୁଜୁରାଟ, ଛତିଶଗଡ, ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଭଳି ରାଜ୍ୟର ଛାତ୍ରୀଛାତ୍ରଙ୍କୁ ସେଠାକାର ସରକାର ନିଜ ରାଜ୍ୟକୁ ବସ୍‌ ଯୋଗେ ନେଇ ଯାଇଥିଲେ। ଓଡିଶାର ଛାତ୍ରୀଛାତ୍ରମାନେ ମାନସିକ ଚାପରେ ଥିଲେ। ଅଭିଭାବକମାନେ ଯେତେ କହିଲେ ହେଲେ ମଧ୍ୟ ସେମାନଙ୍କ କଥା କେହି ଶୁଣି ନଥିଲେ। ତେବେ ସୁବର୍ଣ୍ଣପୁର ଜିଲାର ପ୍ରାୟ ୧୮ ଛାତ୍ରୀଛାତ୍ର ପରିଚିତ ଲୋକଙ୍କ ଜରିଆରେ ଅନ୍ୟ ରାଜ୍ୟ ସରକାରଙ୍କ ମାଧ୍ୟମରେ ସେମାନଙ୍କ ପିଲାଙ୍କୁ ନେଇ ଆସିଥିଲେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନୂତନ ବିଜ୍ଞପ୍ତି ପ୍ରକାଶ ପରେ ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ କୋଟା ଜିଲାପାଳ ଏବଂ ଏଲେନ ମେଡିକାଲ କୋଚିଙ୍ଗ ପରିଚାଳକ ନବୀନ ମାହେଶ୍ୱରୀଙ୍କ ସହ ଯୋଗାଯୋଗ କରି ଛାତ୍ରୀଛାତ୍ର କିଭଳି ଘରକୁ ଫେରିବେ ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri