କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପାଇଁ ୩୦୦ ବସ୍‌ ପଠାଇଲେ ଯୋଗୀ ସରକାର

ଲକ୍ଷ୍ନୌ,୧୭।୪: କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟର ଲୋକ ଓ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ଫସିରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନର କୋଟାରେ ଫସି ରହିଥିବା ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିବା ପାଇଁ ଯୋଗୀ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। କୋଟାରୁ ଉତ୍ତରପ୍ରଦେଶର ପିଲାଙ୍କୁ ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବସ୍‌ ପଠାଇଛନ୍ତି। ଶୁକ୍ରବାର କୋଟା ଅଭମୁଖେ ୩୦୦ଟି ବସ୍‌ ବାହାରିଥିବା ଜଣାପଡ଼ିଛି। କରୋନା ଭାରରସ୍‌କୁ ରୋକିବା ପାଇଁ ଦେଶରେ ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ଲକ୍‌ଡାଉନ୍‌ ଯୋଗୁ କୋଟା, ଉତ୍ତରପ୍ରଦେଶ, ବିହାରର ସମେତ ବିଭିନ୍ନ ରାଜ୍ୟରେ ହଜାର ହଜାର ଛାତ୍ରୀଛାତ୍ର ଫସିରହିଛନ୍ତି। ସେଠାରୁ ବାହାରିବା ପାଇଁ ଗତ କିଛି ଦିନ ତଳେ ପିଲାମାନେ ଟୁଇଟରରେ #SendUsBackHome ଅଭିଯାନ ଆରମ୍ଭ କରିଥିଲେ। ତେବେ ଛାତ୍ରୀଛାତ୍ରଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ଗତ ୨ଦିନ ଧରି କେନ୍ଦ୍ରର ଏଜେନ୍ସିଙ୍କ ଆଲୋଚନା କରିଥିଲେ। ଏହି ଆଲୋଚନାର କୌଣସି ନିଷ୍କର୍ସ ବାହାରି ପାରି ନ ଥିବା ବେଳେ ଏବେ କେନ୍ଦ୍ରୀୟ ଏଜେନ୍ସିଙ୍କ ନିର୍ଦ୍ଦେଶରେ କୋଟାରୁ ପିଲାଙ୍କୁ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପୂର୍ବରୁ ଜମ୍ମୁ-କଶ୍ମୀର ପ୍ରଶାସନ କୋଟାରେ ଫସିରହିଥିବା ନିଜ ରାଜ୍ୟର ପିଲାଙ୍କୁ ଫେରାଇ ଆଣିବାକୁ ଚାହୁଁଥିଲେ। ହେଲେ ସେମାନଙ୍କୁ ଅନୁମତି ପ୍ରଦାନ କରାଯାଇ ନଥିଲା। ତେବେ ଉତ୍ତରପ୍ରଦେଶ ସରକାରଙ୍କ ପଦକ୍ଷେପ ପରେ ଜମ୍ମୁ-କଶ୍ମୀର ପ୍ରଶାସନ ପିଲାଙ୍କୁ ଆଣିବାର ପ୍ରକ୍ରିୟା ଆରମ୍ଭ କରିପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri