କୋଟିପତି ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି ମାମଲା ନଂ ୧୬/୧୯ରେ କୋର୍ଟଚାଲାଣ କରିଥିଲା। ଶୁକ୍ରବାର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବିଜୟ କୁମାର ଜେନା ସରପଞ୍ଚ ଉଷାନ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । କୋର୍ଟରେ ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ର କୁମାର ପାଣିଗ୍ରାହୀ କେଶ ଡ଼ାଏରୀ ଦାଖଲ ପରେ ସରପଞ୍ଚ ଉଷାନ୍ତଙ୍କ ଜାମିନ ଆବେଦନର ଶୁଣାଣି ହୋଇଥିଲା । ଭିଜିଲାନ୍ସ ଜଜ୍‌ ଜେନା ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କିଶୋର ଚନ୍ଦ୍ର ମିଶ୍ର ଓ ମନୋଜ କୁମାର ପଣ୍ଡା ଏବଂ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାଶ ମକଦ୍ଦମା ପରିଚାଳନା କରିଥିଲେ ।
ପ୍ରକାଶ ଯେ, ଅଙ୍କୋରଡ଼ା ସରପଞ୍ଚ ଉଷାନ୍ତଙ୍କ ଆୟ ବର୍ହିଭୁତ ସମ୍ପତ୍ତି ୧ କୋଟି ୫୪ ଲକ୍ଷ ୫୬ ହଜାର ୬୪୩ ଟଙ୍କା ଆକଳନ କରାଯାଇଥିଲା । ଯାହାକି ତାଙ୍କ ଆୟ ତୁଳନାରେ ଶତକଡ଼ା ୩୪୦ ପ୍ରତିଶତ ସମ୍ପତ୍ତି ଠୁଳ ଥିବା ଭିଜିଲାନ୍ସ ବିଭାଗ ତରଫରୁ ଆକଳନ କରାଯାଇଥିଲା । ଗତ ଜୁଲାଇ ୧୦ ତାରିଖରେ ସରପଞ୍ଚଙ୍କ ବାସଭବନରେ ଚଢ଼ାଉ ବେଳେ ତାଙ୍କ ଠାକୁର ଘରୁ ମିଳିଥିବା ଏକ ମାଉଜର ଓ ୬ ରାଉଣ୍ଡ ଗୁଳି ଭିଜିଲାନ୍ସ ଜବତ କରିଥିଲା । ତେବେ ଏହା ସେ ବେଆଇନ ଭାବେ ଘରେ ରଖିଥିବା ଜଣାପଡ଼ିବା ପରେ ଏନେଇ ଦିଗପହଣ୍ଡି ଥାନାଧିକାରୀଙ୍କୁ ଭିଜିଲାନ୍ସ ବିଭାଗ ତରଫରୁ ଅଭିଯୋଗ କରାଯାଇଥିବା ବେଳେ ଦିଗପହଣ୍ଡି ପୋଲିସ ଏନେଇ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri