କୋଠରିରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଯୁବକ ଗିରଫ; ହତ୍ୟା ଅଭିଯୋଗ ଆଣିଲେ ବାପା

ବ୍ରହ୍ମପୁର ଅଫିସ,୨୦ା୬: ଗଞ୍ଜାମ ଜିଲା ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ମୁକ୍ତେଶ୍ୱର ନଗରରେ ରହୁଥିବା ଜଣେ ନାବାଳିକାଙ୍କ ମୃତଦେହ ପୋଲିସ ଏକ କୋଠରିରୁ ଶନିବାର ଉଦ୍ଧାର କରିଛି। ନାବାଳିକାଙ୍କୁ ଗତ ମାର୍ଚ୍ଚ ମାସରେ ଜରଡ଼ା ଥାନା ଅନ୍ତର୍ଗତ ଖାରିଆଗୁଡା ଆଲୋକ ମହାରଣା ଅପହରଣ କରି କୁକୁଡ଼ାଖଣ୍ଡିରେ ଏକ ଘରଭଡ଼ା ନେଇ ରଖିଥିଲେ ବୋଲି ପୋଲିସ ଜାଣିବାକୁ ପାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ନାବାଳିକାଙ୍କ ବାପାଙ୍କୁ ଖବର ଦେଇଥିଲା। ଝିଅକୁ ଆଲୋକ ଅପହରଣ କରି ବଳାତ୍କାର କରିଥିଲା। ଶେଷରେ ମୋ’ ଝିଅକୁ ସେ ତଣ୍ଟି ଚିପି ହତ୍ୟା କରି ଆତ୍ମହତ୍ୟାର ରୂପ ଦେଉଛି ବୋଲି ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏନେଇ ୧୭୨/୨୦ରେ ବିଭିନ୍ନ ଦଫାରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି। ଅନ୍ୟପଟେ ଅଭିଯୁକ୍ତ ଆଲୋକଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଥିବା ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି ।
ଘଟଣାରୁ ପ୍ରକାଶ, ଆଲୋକ ମହାରଣା ଗତ ମାର୍ଚ୍ଚ ୧୬ ତାରିଖରେ ଜଣେ ନାବାଳିକାଙ୍କୁ ଅପହରଣ କରି କୁକୁଡାଖଣ୍ଡିରେ ଏକ ଭଡ଼ା ଘରେ ନେଇ ରଖିଥିଲେ। ଶନିବାର ସକାଳେ ନାବାଳିକା ଜଣକ ଫ୍ୟାନ୍‌ରେ ଓଢ଼ଣି ସାହାଯ୍ୟରେ ଆତ୍ମହତ୍ୟା କରିଥିବା ଆଲୋକ ସଦର ଥାନାରେ ଅଭିଯୋଗ କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ବେଳେ ନାବାଳିକା ଜଣକ ଚଟାଣରେ ପଡ଼ିଥିବା ପୋଲିସ ଦେଖିବାକୁ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri