କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ: ଆକ୍ରମଣ-ପ୍ରତିଆକ୍ରମଣ ଅଭିଯୋଗ, ୨ ମାମଲା ରୁଜୁ

ଦିଗପହଣ୍ଡି,୨ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଲୋଚାପଡ଼ା ଚୈତନ୍ୟ ପ୍ରସାଦ ଗଁାରେ ଏକ ନିର୍ଦ୍ଧିଷ୍ଟ ସମ୍ପ୍ରଦାୟର କୋଠ ଟଙ୍କା ଆୟବ୍ୟୟ ହିସାବକୁ କେନ୍ଦ୍ରକରି ଉତ୍ତେଜନା ଲାଗିରହିଛି। କୋଠ ସମ୍ପତ୍ତି ଓ ଆୟବ୍ୟୟ ହିସାବ ତଦାରଖ କରୁଥିବା ରଘୁନାଥ ପାତ୍ରଙ୍କୁ ଗଁାର ପୂର୍ଣ୍ଣଚନ୍ଦ୍ର ପାତ୍ର ବାର୍ଷିକ ହିସାବ ମାଗିଥିଲେ। ମାତ୍ର ରଘୁନାଥ ଓ ତାଙ୍କ ଦୁଇ ପୁଅ ମିଶି ପୂର୍ଣ୍ଣଚନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ସମ୍ପର୍କୀୟ ମଧ୍ୟ ରଘୁନାଥଙ୍କୁ ପ୍ରତି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ କେ. ନୂଆଗାଁ ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ପୃଥକ ମାମଲା (ନଂ.୬୯/୨୦ ଏବଂ ୭୦/୨୦) ରୁଜୁ ହୋଇଛି। ମଙ୍ଗଳବାର ରାତିରେ ଉଭୟ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହେବାରୁ ଏମ. ଚକ୍ରପାଣି ପାତ୍ର ଏବଂ ବିଜୟ ପାତ୍ର ଆହାତ ହୋଇଥିଲେ। ବୁଧବାର ସନ୍ଧ୍ୟାରେ ଏନେଇ ଉଭୟ ପକ୍ଷ ଥାନାରେ ଏତଲା ଦେବାପରେ ଥାନା ଅଧିକାରୀ ମାଧବାନନ୍ଦ ନାୟକ ଅଭିଯୁକ୍ତଙ୍କ ନଁାରେ ମାମଲା ରୁଜୁ କରିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ରୀତାଞ୍ଜଳୀ ନାୟକ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri