କୋଣାର୍କରେ ଉପସ୍ଥାନ – ଗୋପରେ ପାଠପଢ଼ା; ୪ ଛାତ୍ର ବେସରକାରୀ ଛାଡ଼ି ସରକାରୀ ସ୍କୁଲକୁ ଗଲେ

ଗୋପ,୩ା୧୨(ଡି.ଏନ.ଏ.): ଗୋପ ଅଞ୍ଚଳରେ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟ ସମୟରେ ନାନା ଘଟଣା ଯୋଗୁ ପ୍ରଶାସନ ପକ୍ଷରୁ ତାଗିଦ ହେଉଥିବା କଥା ନଜରକୁ ଆସିଛି। ଏବେ ପୁଣି ଏକ ଏଭଳି ଘଟଣା ଘରୋଇ ଶିକ୍ଷାନୁଷ୍ଠାନର ବେନାମ କାରନାମା ପଦାରେ ପଡ଼ିଛି। କୋଣାର୍କର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଅଷ୍ଟମ ଓ ନବମ ଶ୍ରେଣୀ ଉପସ୍ଥାନରେ ଛାତ୍ରୀଛାତ୍ରଙ୍କ ନାମ ରହିଥିବାବେଳେ ଏହି ଛାତ୍ରୀଛାତ୍ର ଗୋପର ସ୍ବୀକୃତି ନ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ମଧ୍ୟ ପାଠ ପଢ଼ିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ଘଟଣା ପଦାକୁ ଆସିବା ପରେ ଚାରିଜଣ ଛାତ୍ର ବେସରକାରୀ ସ୍କୁଲ ଛାଡ଼ି ସରକାରୀ ସ୍କୁଲକୁ ଯାଇଥିବା ଜଣାପଡ଼ିଛି। ଯାହାକି ଶିକ୍ଷା ଅଧିକାର ଆଇନ୍‌ର ଉଲ୍ଲଂଘନ କରୁଥିଲେ ମଧ୍ୟ ଗୋପ ବ୍ଲକ୍‌ ଶିକ୍ଷାଧିକାରୀ ଓ ଜିଲା ଶିକ୍ଷାଧିକାରୀଙ୍କ ନୀରବତାକୁ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, କୋଣାର୍କର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଗୋପ ଅଞ୍ଚଳର ୨୭ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ନାମ ଉପସ୍ଥାନରେ ରହିଛି। କିନ୍ତୁ ଏମାନଙ୍କ ମଧ୍ୟରୁ ୪ଜଣ ଛାତ୍ରଙ୍କ ନାମ ଗୋପର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ମଧ୍ୟ ବେଆଇନ ଭାବେ ପାଠପଢ଼ିବା ସହ ହଷ୍ଟେଲରେ ରହୁଛନ୍ତି। ଏହି ଘଟଣା ସମ୍ପର୍କରେ ଅଭିଯୋଗ ମିଳିବା ପରେ କେତେକ ଗଣମାଧ୍ୟମ ପ୍ରତିନିଧି ବେରସକାରୀ ସ୍କୁଲରେ ପହଞ୍ଚି ଘଟଣାର ସତ୍ୟତା ଜଣାଇଥିଲେ। ଫଳରେ ଉକ୍ତ ଛାତ୍ରର ଅଭିଭାବକମାନେ ନିଜ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାରୀ ସ୍କୁଲରେ ନାମ ଲେଖାଇଥିଲେ। ଏ ନେଇ ଗୋପ ବ୍ଲକ୍‌ ଶିକ୍ଷାଧିକାରୀ ବସନ୍ତ କୁମାର ମିଶ୍ର କୁହନ୍ତି, ମୋ ନିକଟରେ ଅଭିଯୋଗ ହେବା ପରେ ଏ ସମ୍ପର୍କରେ ମୁଁ ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରିଛି। ନିଶ୍ଚିତ ଏହି ଘରୋଇ ଶିକ୍ଷାନୁଷ୍ଠାନ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri