କୋଣାର୍କରେ ଏନ୍‌ଡିଆରଏଫ୍‌ ଟିମ୍‌ : ଲୋକଙ୍କୁ ସତର୍କ କଲା ପ୍ରଶାସନ

ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୯ରେ ପୁରୀ ଏଲୋ ଏବଂ ୨୦ ତାରିଖରେ ଅରେଞ୍ଜ ୱାର୍ଣ୍ଣିଂରେ ରହିଛି। ତେଣୁ ୧୯ ତାରିଖରେ ପ୍ରବଳ ବର୍ଷା ଏବଂ ୨୦ରେ ବର୍ଷା, ପବନ ବହିବାର ସମ୍ଭାବନା ରହିଛି। ଜିଲାର ସମୁଦ୍ର ନିକଟବର୍ତ୍ତୀ ଅଞ୍ଚଳ, ଖାଲୁଆ ଏବଂ ତଳିଆ ଅଞ୍ଚଳରୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯିବା ଲାଗି ପ୍ରଶାସନ ପ୍ରସ୍ତୁତ ଅଛି। ଏଥିଲାଗି ସୋମବାର ଡାକବାଜି ଯନ୍ତ୍ର ଯୋଗେ ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ସତର୍କ କରିଦିଆଯାଇଛି। ଜିଲାର ବିଭିନ୍ନ ବ୍ଲକ ସମେତ ପୁରୀ ସହରର ପେଣ୍ଠକଟା, ବଳିଆପଣ୍ଡା ସମେତ କେତେକ ବସ୍ତିରେ ମାଇକ ଯୋଗେ ପ୍ରଚାର କରାଯାଇଛି। ଆବଶ୍ୟକସ୍ଥଳେ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ତେଣୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ସେହିପରି ଜିଲାକୁ ଆସିଥିବା ୨୧ଜଣିଆ ଏନ୍‌ଡିଆରଏଫ୍‌ ଟିମ୍‌ ସୋମବାର କୋଣାର୍କ ଯାଇ ଯାତ୍ରୀ ନିବାସରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦ଜଣ ଅସ୍ତରଙ୍ଗ ବ୍ଲକ ଯିବେ ଏବଂ ଅନ୍ୟମାନେ ଆବଶ୍ୟକତାକୁ ଦେଖି କୋଣାର୍କ ଏନ୍‌ଏସି ଅଞ୍ଚଳରେ ରହିବେ ବୋଲି ସୂଚନା ମିଳିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲାସ୍ତରୀୟ ଅଧିକାରୀମାନଙ୍କୁ ବିଭିନ୍ନ ବ୍ଲକର ଦାୟିତ୍ୱ ଦିଆଯାଇଛି। ସେମାନେ ବ୍ଲକକୁ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri