କୋଣାର୍କ ମନ୍ଦିରରେ କାରୁକାର୍ଯ୍ୟପୂର୍ଣ୍ଣ ପଥର କାଢ଼ି ସାଦା ପଥର ଲଗାଯିବା ପ୍ରସଙ୍ଗ: ସ୍ଥିତି ପରଖିଲେ ସଂସ୍କୃତି ସଚିବଙ୍କ ସହ ୪ ଜଣିଆ ଟିମ୍‌

କୋଣାର୍କ,୧୩।୨(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟସ୍ଥଳ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢ଼ି ସାଦା ପଥର ଲଗାଯିବା ନେଇ ବିଭିନ୍ନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଅଭିଯୋଗକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ଖଣ୍ଡନ କରିବା ପରେ ଗୁରୁବାର ସଂସ୍କୃତି ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ସହ ୪ ଜଣିଆ ଟିମ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଟିମ୍‌ ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ଭାଇରାଲ ହେଉଥିବା କୋଣାର୍କ ମନ୍ଦିର ଫଟୋ ବିଭ୍ରାନ୍ତିକର। ଜାଣିଶୁଣି ଲୋକଙ୍କୁ ବିଭ୍ରାନ୍ତ କରିବା ଲାଗି ଏହାକୁ ଭାଇରାଲ କରାଯାଇଛି। ଦୁଇଟି ଫଟୋ ମନ୍ଦିରର ଦୁଇ ଭିନ୍ନ ସ୍ଥାନର। ସେଥିରୁ ଗୋଟିଏ ନାଟମଣ୍ଡପ କୀର୍ତ୍ତିରାଜିର ହୋଇଥିବା ବେଳେ ଅନ୍ୟଟି ମୁଖ୍ୟ ମନ୍ଦିର ଜଗମୋହନର ଫଟୋ, ଯାହାକି ସାଧାରଣ ପଥରରେ ନିର୍ମିତ ଭିତ୍ତିସ୍ତମ୍ଭର ବୋଲି ଏଏସ୍‌ଆଇ କହିଥିଲା। ମନ୍ଦିର ଭଲ ଅବସ୍ଥାରେ ଥିବା ସହ କୌଣସି କୀର୍ତ୍ତିରାଜି ବଦଳା ଯାଇ ନାହିଁ ବୋଲି ଏଏସ୍‌ଆଇ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଲେ ତସଲିମା

କୋଲକାତା,୩।୮: ବାଂଲାଦେଶରୁ ବହିଷ୍କୃତ ଏବଂ ବର୍ତ୍ତମାନ ନୂଆଦିଲ୍ଲୀରେ ରହୁଥିବା ଲେଖିକା ତସଲିମା ନାସରିନ ବଙ୍ଗ ସରକାରଙ୍କ ପ୍ରଶଂସା କରିଛନ୍ତି ଏବଂ ତାଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି। ନାସରିନ…

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri