Posted inପୁରୀ

କୋଣାର୍କ ଶୋଭନୀୟ ରାସ୍ତା କାର୍ଯ୍ୟରେ ଅନିୟମିତତା

କୋଣାର୍କ,୨୭ା୫(ଡି.ଏନ.ଏ): କୋଣାର୍କ ଏନ୍‌ଏସି ଅଧୀନସ୍ଥ ୧୦ନଂ ୱାର୍ଡ ଜାତୀୟ ରାଜପଥ ରାସ୍ତାରୁ ଶୋଭନୀୟ ଶିକ୍ଷାଶ୍ରମ କଂକ୍ରିଟ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୋଭନୀୟ ଶିକ୍ଷାଶ୍ରମ ୧୫୦ମିଟର କଂକ୍ରିଟ ଢଳେଇ ରାସ୍ତା ନିର୍ମାଣ କାର୍ଯ୍ୟ ପାଇଁ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ୫ଲକ୍ଷ ୧ହଜାର ଟଙ୍କା ବ୍ୟୟବରାଦ କରାଯାଇଛି। ହେଲେ ଏହି କାର୍ଯ୍ୟରେ ନିମ୍ନମାନର ସିମେଣ୍ଟ, ଲୁଣି ବାଲି, ନିମ୍ନମାନର କଂକ୍ରିଟ ଚିପସ୍‌ ବ୍ୟବହାର କରାଯିବା ସହ ଢଳେଇର ଭାଗ ମଧ୍ୟ ଠିକ ଭାବରେ ହେଉ ନ ଥିବାରୁ ସ୍ଥାନୀୟ ଲୋକେ କୋଣାର୍କ କାର୍ଯ୍ୟନିର୍ବାହୀ ନିକଟରେ ଅଭିଯୋଗ କରିଛନ୍ତି। ଅନ୍ୟପଟେ କାର୍ଯ୍ୟ ଚାଲୁଥିବାବେଳେ କୋଣାର୍କ ଏନ୍‌ଏସି କନିଷ୍ଠ ଯନ୍ତ୍ରୀ ଅନୁପସ୍ଥିତ ରହିବା, କାର୍ଯ୍ୟ ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ସାଧାରଣରେ ଦୃଷ୍ଟିଗୋଚର ହେଉଛି। ସରକାରୀ ନିୟମର ଖୋଲା ଉଲ୍ଲଂଘନ ହେଉଥିବାରୁ ଏଭଳି କାର୍ଯ୍ୟ ଉପରେ ରୋକ ଲଗାଇବା ସହ ଏଥିପ୍ରତି ଜିଲାପାଳ ଦୃଷ୍ଟିି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ କୋଣାର୍କ ଏନ୍‌ଏସି କନିଷ୍ଠ ଯନ୍ତ୍ରୀ ଜଗଦିଶ ନାୟକ କୁହନ୍ତି, ଏହି ଢଳେଇ ରାସ୍ତା କାର୍ଯ୍ୟରେ ଆମ କର୍ମଚାରୀ ଉପସ୍ଥିତ ରହିଛନ୍ତି। ମୁଁ ମଧ୍ୟ ସମୟ ସମୟେ କାର୍ଯ୍ୟ ତଦାରଖ କରିବାକୁ ଯାଉଛି। ଯଦି ଏହି କାର୍ଯ୍ୟକୁ ନେଇ ଅଭିଯୋଗ ହୋଇଛ, ଏହାକୁ ତଦନ୍ତ କରି ବିହିତ ପଦକ୍ଷେପ ନେବି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରେ ଅଘଟଣ: ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କ ଜୀବନ ଗଲା…

କୃଷ୍ଣପ୍ରସାଦ,୧।୧ (କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡା ଚିଲିକାରେ ନୂଆ ବର୍ଷରେ ଏକ ଅଘଟଣ ଘଟିଛି। ସାତପଡା ଠାରୁ ଜହ୍ନିକୁଦା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri