କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲା: ଆମିକସ୍‌ କ୍ୟୁରୀଙ୍କ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ଦାଖଲ

କଟକ ଅଫିସ,୨୩।୭: କୋଣାର୍କ ସୂର୍ଯ୍ୟ ମନ୍ଦିର ମରାମତି ମାମଲାରେ ହାଇକୋର୍ଟ ଏନ୍‌.କେ. ମହାନ୍ତିଙ୍କୁ ସୋମବାର ଆମିକସ୍‌ କ୍ୟୁରୀ ଭାବେ ନିଯୁକ୍ତ କରିଛନ୍ତି। ମହାନ୍ତି ଅଦାଲତଙ୍କୁ କୋଣାର୍କ ମାମଲାରେ ଆବଶ୍ୟକ ପରାମର୍ଶ ଦେବେ। ସୂର୍ଯ୍ୟମନ୍ଦିରର ମରାମତି କାର୍ଯ୍ୟ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) କିପରି କରୁଛି, ପାଣି ନିଷ୍କାସନ ସମସ୍ୟା କ’ଣ ପାଇଁ ସବୁବେଳେ ଲାଗି ରହିଛି ଏସବୁ ଉପରେ ତର୍ଜମା କରି ମହାନ୍ତି ହାଇକୋର୍ଟଙ୍କୁ ରିପୋର୍ଟ ପ୍ରଦାନ କରିବେ। ସୋମବାର ଆବେଦନକାରୀ ଦିଲୀପ କୁମାର ମହାପାତ୍ରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଡ. ଅଶୋକ କୁମାର ମହାପାତ୍ର ସୂର୍ଯ୍ୟମନ୍ଦିର କିପରି ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ସେନେଇ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଏବଂ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାକୁ ଗୁରୁତର ସହ ନେଇ ମହାନ୍ତିଙ୍କୁ ଆମିକସ୍‌ କ୍ୟୁରୀ ଭାବେ ନିଯୁକ୍ତ କରିଥିଲେ।
ସୂଚନାଯୋଗ୍ୟ, ୨୦୧୦ରୁ ସୂର୍ଯ୍ୟମନ୍ଦିରରୁ ବର୍ଷା ଜଳ ନିଷ୍କାସନ କରିବା ନେଇ ସ୍ଥାୟୀ ପଦକ୍ଷେପ ନେବାକୁ ହାଇକୋର୍ଟ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ୮ବର୍ଷ ବିତିଯାଇଛି। କିନ୍ତୁ ଏହି ସମସ୍ୟାର କୌଣସି ସ୍ଥାୟୀ ସମାଧାନ ହୋଇପାରି ନାହିଁ। ପାଣି ଜମା ହୋଇରହିବା ଫଳରେ ସୂର୍ଯ୍ୟମନ୍ଦିର ଦିନକୁଦିନ ଦୁର୍ବଳ ହେବାରେ ଲାଗିଛି। ଏହାର ସୌନ୍ଦର୍ଯ୍ୟ କ୍ଷୟ ହୋଇଚାଲିଛି। ତେଣୁ ହାଇକୋର୍ଟ ଏହି ବିଶ୍ୱ ଐତିହ୍ୟକୁ ସୁରକ୍ଷିତ ରଖିବା ଲାଗି ଏଏସ୍‌ଆଇ ଏବଂ ରାଜ୍ୟ ସରକାରଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା କରି ଆଇନଜୀବୀ ମହାପାତ୍ର ଏକ ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri