କୋଣାର୍କ ହେବ ‘ସୂର୍ଯ୍ୟ ନଗରୀ’: ସ୍ଥାପନ ହେବ ୧୦ ମେଗାଓ୍ବାଟର ସୌର ଶକ୍ତି ପ୍ଲାଣ୍ଟ 

ଭୁବନେଶ୍ୱର,୨୦।୫(ବ୍ୟୁରୋ): ପୁରୀ ଜିଲାର କୋଣାର୍କ ଅଞ୍ଚଳକୁ ସୂର୍ଯ୍ୟ ନଗରୀରେ ପରିଣତ କରାଯିବ। କୋଣାର୍କ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ଏବଂ ଏଠାରେ ଗଢି ଉଠିଥିବା ସହର ସୌର ଶକ୍ତିରେ ଚମକିବ। କେନ୍ଦ୍ର ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ କୋଣାର୍କ ସୂର୍ଯ୍ୟ ମନ୍ଦିର ଏବଂ କୋଣାର୍କ ସହରକୁ ସୌର ଶକ୍ତିରେ ଆଲୋକିତ କରିବାକୁ ନିଷ୍ପତ୍ତି ହୋଇଛି। ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଧୁନିକ ସୌର ଶକ୍ତି ଲକ୍ଷ୍ୟକୁ ପୂରଣ କରିବା ପାଇଁ କେନ୍ଦ୍ର ସରକାର ଓଡିଶାର ଐତିହାସିକ କୋଣାର୍କରୁ ଏହି ଯୋଜନା ଆରମ୍ଭ କରାଯିବ ବୋଲି ବୁଧବାର କେନ୍ଦ୍ର ଶକ୍ତି ଏବଂ ନୂତନ ଏବଂ ଅଣପାରମ୍ପରିକ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି.କେ.ସିଂ କହିଛନ୍ତି। ପୁରାତନ ସୂର୍ଯ୍ୟମନ୍ଦିରରୁ ସମଗ୍ର ଦେଶରେ ଆଧୁନିକ ସୌର ଶକ୍ତି ଯୋଜନା ପାଇଁ ଏଠାରୁ ଏକ ବାର୍ତ୍ତା ଯିବ। କେନ୍ଦ୍ର ସରକାରଙ୍କ ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କ ଓଡିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଓରେଡା)ର ମିଳିତ ଆନୁକୂଲ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। କୋଣାର୍କ ଠାରେ ୧୦ ମେଗାଓ୍ବାଟ ବିଶିଷ୍ଟ ସୌର ଶକ୍ତି ପ୍ରଳକ୍ପ ପ୍ଲାଣ୍ଟ ସ୍ଥାପନ କରାଯିବ। ଏହି ଯୋଜନା ପାଇଁ ୨୫ କୋଯି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। କେନ୍ଦ୍ର ସରକାର ଏଥିପାଇଁ ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପ୍ରକଳ୍ପ ଦ୍ୱାରା କୋଣାର୍କ ସୂର୍ଯ୍ୟମନ୍ଦିରକୁ ସୌର ଶକ୍ତିରେ ଆଲୋକିତ କରାଯିବା ସହିତ ସୌର ବୃକ୍ଷ, ସୌର ପାନୟ ଜଳ କିଓସ୍କୋ, ବ୍ୟାଟେରୀ ସଂରକ୍ଷିତ ସୌର ଶକ୍ତି ପ୍ଲାଣ୍ଟ ସ୍ଥାପନ କରାଯିବ। କୋଣାର୍କ ସହରକୁ ଏହି ଶକ୍ତି ପ୍ରକଳ୍ପରୁ ବିଦ୍ୟୁତ ଯୋଗାଇ ଦିଆଯିବ। ସମ୍ପୂର୍ଣ୍ଣ ଅଞ୍ଚଳକୁ ପାରମ୍ପରିକ ଶକ୍ତିରୁ ମୁକ୍ତ ରହିବା।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri